ଫାଇନାନ୍ସ ଟଙ୍କା କିସ୍ତି ନ ଦେବାରୁ ଯୁବକଙ୍କୁ ହତ୍ୟା

ଜୟପୁର, ୧୪ା୮ (ପବନ ପାଣିଗ୍ରାହୀ): ଫାଇନାନ୍ସ ଟଙ୍କା କିସ୍ତି ନ ଦେବାରୁ କୋରାପୁଟ ଜିଲା ଜୟପୁରରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମଅତ୍ୟୁ ହୋଇଛି। ଏହା ସାଧାରଣରେ ଆଲୋଡନ ଖେଳାଇ ଦେଇଛି। ମୃତକ ଯୁବକ ଜଣକ ହେଲେ ଜୟପୁର ଭେଟନାରି କଲୋନୀର ବିପିନ ବାହାଦୁର (୪୨)। ଖବରପାଇବା ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।
ଖବରରୁ ଜଣାପଡିଛି, ଭେଟନେରି କଲୋନୀର ବିପିନ ଏକ ଆଲ୍‌ଟୋ କାର ଫାଇନାନ୍ସରେ ଆଣିଥିଲେ। ଟାଟା ଫାଇନାନ୍ସରୁ ଆଣିଥିବା କାର ବାବଦ ୨ଟି କିସ୍ତି କୌଣସି କାରଣବଶତଃ ବିପିନ ଦେଇ ନ ଥିଲେ। ଏନେଇ ତାଙ୍କର କମ୍ପାନୀ ଏଜେଣ୍ଟ ପ୍ରତ୍ୟୁଷ ଦାସଙ୍କ ସହ ନିକଟରେ ବଚସା ହୋଇଥିଲା। ଏଥିରେ ଉତ୍ୟକ୍ତ ହୋଇ ପ୍ରତ୍ୟୁଷ ଗତ ୧୨ ତାରିଖରେ ଡ୍ୟୁଟିରେ ଯାଉଥିବା ବିପିନଙ୍କୁ ପାଓ୍ବାର ହାଉସ ନିକଟସ୍ଥ ମହାଦେବ ଷ୍ଟକୟାର୍ଡଠାରେ ଛୁରିରେ ଆକ୍ରମଣ କରିଥିଲେ। ଫଳରେ ବିପିନ ଗୁରୁତର ହୋଇ ପଡିଥିଲେ। ତାଙ୍କୁ ପ୍ରଥମେ ଜୟପୁର ଜିଲା ଚିକିତ୍ସାଳୟ ନିଆଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସୋମବାର ବିପିନଙ୍କ ମୃତ୍ୟୁ ହୋଇଛି ା ବିପିନଙ୍କ ଭାଇ ଯକ୍ଷ ବାହୁଦୁର ଟାଉନ ଥାାନାରେ ଲିଖିତ ଅଭିଯୋଗ କରିଛନ୍ତି। ବିଶାଖାପାଟଣାରେ ମୃତଦେହ ବ୍ୟବଚ୍ଛେଦ ହୋଇଛି। ଘଟଣା ପରଠାରୁ ଅଭିଯୁକ୍ତ ପ୍ରତ୍ୟୁଷ ଫେରାର ଅଛନ୍ତି। ତାଙ୍କୁ ଗିରଫ କରିବା ପାଇଁ ପୋଲିସ ୩ଟି ଟିମ ଗଠନ କରିଛି। ଏହି ଟିମ୍‌ ବୈପାରିଗୁଡା ଓ ନବରଙ୍ଗପୁର ଅଞ୍ଚଳରେ ଛାନଭିନ୍‌ ଚଳାଇଥିବା ଥାନା ଅଧିକାରୀ ସତ୍ୟାନନ୍ଦ ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri