ଭୁବନେଶ୍ବରରେ ବଡ଼ ଦୁର୍ଘଟଣା, ଆମ ବସ୍ ଧକ୍କାରେ ଚାଲିଗଲା ବାଇକ୍ ଆରୋହୀଙ୍କ ଜୀବନ

ଭୁବନେଶ୍ବର,୩ା୫: ପୁଣି ଆମ ବସ୍ ନେଲା ଜୀବନ । ଆମ ବସ୍ ଧକ୍କାରେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି । ସତସଙ୍ଗ ବିହାର-ବାଣୀବିହାର ମଝିରେ ଏହି ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ତେବେ ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି ଏବଂ ସ୍ଥାନୀୟ ଲୋକେ ରାସ୍ତା ଉପରେ ବସକୁ ଅଟକାଇ ରଖିଛନ୍ତି । ରାସ୍ତା ଉପରେ ପ୍ରାୟ ଆଠଟି ବସ୍ ଅଟକି ରହିଛି । ତେବେ ମୃତ ବାଇକ ଆରୋହୀଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ମିଳିପାରି ନାହିଁ ।

ସୂଚନା ଅନୁସାରେ, ବାଇକରେ ଯୁବକଜଣକ ଯାଉଥିବା ବେଳେ ତାଙ୍କୁ ପଛପଟୁ ଧକ୍କା ଦେଇଥିଲା ଆମବସ୍ । ତେବେ ଧକ୍କାରେ ବାଇକ ଆରୋହୀ ତଳେ ପଡିଯିବା ପରେ ତାଙ୍କ ଉପରେ ଆମ ବସଟି ଚଢିଯାଇଥିଲା । ତେବେ ଦୁର୍ଘଟଣାପରେ ଘଟଣାସ୍ଥଳରେ ହିଁ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟପଟେ ଦୁର୍ଘଟଣା ଘଟାଇ ବସ୍ ଡ୍ରାଇଭର ଏବଂ କଣ୍ଡକ୍ଟର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ଆମ ବସ୍ ବାରମ୍ବାର ଏଭଳି ଦୁର୍ଘଟଣା ଘଟାଉଥିବା ବେଳେ ଦୁର୍ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ଚାପା ଉତ୍ତେଜନା କରି ବସ୍ ଅଟକାଇ ରଖିଛନ୍ତି । ଖବର ପାଇ ସହିଦ ନଗର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?