ବାଣ ଭିଡ଼ାବେଳେ ବିସ୍ଫୋରଣ, ଯୁବକ ମୃତ

ଭୁବନେଶ୍ୱର,୪l୪ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଜନବସତି ଭିତରେ ବେଆଇନ ଭାବେ ଚାଲିଥିଲା ବାଣ ତିଆରି। ହଠାତ୍‌ ବିସ୍ଫୋରଣ ହେବାରୁ ଏଥିରେ ଜଣଙ୍କର ମୃତ୍ୟୁ ହୋଇଛି। ଶହୀଦନଗର ଥାନା ଅନ୍ତର୍ଗତ ଭିଏସ୍‌ଏସ୍‌ନଗର ଜିଏଲ୍‌ କଲୋନିରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ଯୁବକ ହେଲେ ଖୋର୍ଦ୍ଧା ବେଗୁନିଆ ଅଞ୍ଚଳର ଶିବାନନ୍ଦ ତଡା। ସେ ଏଠାରେ ରହି ବାଣ ତିଆରି କରିବା ସହ ବିକ୍ରି କରନ୍ତି। ତେବେ ବିସ୍ଫୋରଣ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଚଳାଇବା ସହ ଘରକୁ ସିଲ୍‌ କରିଦେଇଛି। ଅନ୍ୟପଟେ ସାଇବର ଥାନା ନିକଟରେ ଏହି ବେଆଇନ କାରବାର ଚାଲିଥିଲେ ମଧ୍ୟ ପୋଲିସ ପାଖରେ ଖବର ନ ରହିବା ବଡ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ସ୍ଥାନୀୟ ଲୋକଙ୍କ ସୂଚନାମୁତାବକ, ଶିବାନନ୍ଦ ତଡ଼ା ଦୀର୍ଘ ୩ବର୍ଷ ହେଲା ଏଠାରେ ରହି ବାଣ ଭିଡିବା ସହ ବେପାର କରିଥାନ୍ତି। ତେଣୁ ବାହାଘର ପାଇଁ ବରାଦ ଥିବାରୁ ସୋମବାର ସାରେ ଘର ବାରଣ୍ଡାରେ ବସି ବାଣ ଭିଡୁଥିଲେ। ଏହି ସମୟରେ ବାଣଟି ବିସ୍ପୋରଣ ହୋଇଥିଲା। ବିସ୍ପୋରଣର ତୀବ୍ରତା ଏତେ ଥିଲା ଯେ, ଘରର ଆଜ୍‌ବେଷ୍ଟସ ଉଡିବା ସହିତ ପ୍ରାୟ ୨ କିଲୋମିଟର ପର୍ଯ୍ୟନ୍ତ ପ୍ରଚଣ୍ଡ ଶବ୍ଦ ଶୁଣାଯାଇଥିଲା। ଶବ୍ଦ ଶୁଣି ସ୍ଥାନୀୟ ଲୋକେ ସେଠାକୁ ଦୌଡ ଆସି ଶିବାନନ୍ଦଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତଳେ ପଡିଥିବା ଦେଖିଥିଲେ। ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିଲାବେଳେ ଗୋଡ, ମୁହଁ ସମେତ ଶରୀରର ବିଭିନ୍ନ ଅଂଶରେ ଗଭୀର ଆଘାତ ଲାଗିଥିଲା। ଗୋଡ଼ ସମେତ ଦେହର ବିଭିନ୍ନ ସ୍ଥାନରୁ ମାଂସ ଖଣ୍ଡ ବାହାରି ଯାଇଥିଲା। ସ୍ଥାନୀୟ ଲୋଙ୍କଠାରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଗୁରୁତର ଅବସ୍ଥାରେ ଶିବାନନ୍ଦଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଉଥିବାବେଳେ ଅଧାବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ବିଏମ୍‌ସି ମେୟର ସୁଲୋଚନା ଦାସ ଓ ଅନ୍ୟମାନେ ଘଟଣାସ୍ଥଳରେ ପହଞ୍ଚତ୍ ଘଟଣା ବିଷୟରେ ପଚାରିବୁଝିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri