ବଲାଙ୍ଗୀରରେ ବସ୍‌ ଚକାତଳେ ଜୀବନ ଯାଇଥିବା ଯୁବକଙ୍କ ମିଳିଲା ପରିଚୟ

ବଲାଙ୍ଗୀର,୨୨ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଦ୍ରୁତଗତିରେ ଆସୁଥିବା ଏକ ବସ୍‌ ଚକାତଳେ ଦ୍ରୁତଗତିରେ ଆସି ଗୋଟିଏ ବାଇକ୍‌ ପଶିଯାଇଥିଲା। ଫଳରେ ବାଇକ୍‌ଆରୋହୀଙ୍କ ମୃତ୍ୟୁ ଘଟିଥିଲା। ତେବେ ମୃତ ଯୁବକଙ୍କ ପରିଚୟ ମିଳିଛି। ସେ ଜଣେ ବ୍ୟାଙ୍କ କର୍ମଚାରୀ ବୋଲି ଜଣାପଡ଼ିଛି। ସେ ଗତକାଲି ରାତିରେ ଘରକୁ ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ମୃତ ବାଇକ୍‌ଆରୋହୀ ଜଣକ  ସଦର ଥାନା ଅନ୍ତର୍ଗତ ଡୁମେର ପାଲି ଗ୍ରାମର ପ୍ରଶାନ୍ତ ମହାକୁର ବୋଲି ଜଣାପଡିଛି। ସେ ବଲାଙ୍ଗୀର ଏଚ୍‌ଡିଏଫ୍‌ସି ବ୍ୟାଙ୍କରେ ଆକାଉଣ୍ଟାଣ୍ଟ୍‌ ଭାବେ କାର୍ଯ୍ୟରତ ଥିଲେ। ଦୁର୍ଘଟଣାର ଭୟଙ୍କର ଦୃଶ୍ୟ ସିସିଟିଭିରେ କଏଦ ହୋଇଥିଲା। ବାଇକ୍‌ ଆରୋହୀ ଦ୍ରୁତଗତିରେ ଆସି ବସ୍‌ ତଳକୁ ପଶି ଯାଇଥିବା ଦେଖିବାକୁ ମିଳିଛି।

ଅନ୍ୟ ପଟେ ପରିବାର ଲୋକେ ଥାନାରେ ଏତଲା ଦେବା ସହ କ୍ଷତିପୂରଣ ଦାବି କରିଛନ୍ତି। ତେବେ ଘରର ଏକ ମାତ୍ର ରୋଜଗରିଆ ପୁଅକୁ ହରାଇ ଭାଙ୍ଗିପଡ଼ିଛନ୍ତି ପରିବାର ଲୋକେ। ଦୁର୍ଘଟଣାକୁ ନେଇ ବଲାଙ୍ଗୀର ଟାଉନ ଥାନା ପୋଲିସ ତଦନ୍ତ ଜାରି ରଖିଛି। ଦୁର୍ଘଟଣା ଘଟାଇ ବସ୍ ଫେରାର ହୋଇଯାଇଥିବା ବେଳେ ଆଜି ପୋଲିସ ବସକୁ ଜବତ କରିଥିବା ଜଣାପଡିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri