ଯୁବକଙ୍କୁ କଚାଡ଼ି ପାଦରେ ଦଳି ଦେଇଥିଲା ଦନ୍ତା

ବଣାଇଁ,୧୪ା୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ ସୋଲ ରେଞ୍ଚ ଅନ୍ତର୍ଗତ ଟୁକୁଡ଼ା ଗ୍ରାମରେ ଶନିବାର ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାଜେଶ ମୁଣ୍ଡା (୪୩)। ବନ ବିଭାଗ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବଣାଇଁ ଉପଖଣ୍ଡ ଚିକିତ୍ସାଳୟର ମର୍ଗ ହାଉସରେ ରଖିଛି। ବନ ବିଭାଗ ପକ୍ଷରୁ ଆବଶ୍ୟକ ସହାୟତା ପ୍ରଦାନ କରାଯିବ ବୋଲି ବନାଞ୍ଚଳ ଅଧିକାରୀ କୈଳାସ କିଷାନ ସୂଚନା ଦେଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ରାଜେଶ ପ୍ରତ୍ୟୁଷରୁ କୌଣସି କାମରେ ଘରୁ ବାହାରକୁ ଯାଇଥିଲେ। ହଠାତ୍‌ ହାତୀ ହାବୁଡ଼ରେ ପଡିଯାଇଥିଲେ। ହାତୀ ତାଙ୍କୁ ଶୁଣ୍ଢରେ ଉଠାଇ କଚାଡିଦେବା ପରେ ପାଦରେ ଦଳି ଦେଇଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ସେହିଭଳି ଶୁକ୍ରବାର ତାମଡା ରେଞ୍ଜ ଅଧୀନ ରୁଷିମଠ ଜଙ୍ଗଲରେ ହାତୀ ଟ୍ରାକିଂ କାର୍ଯ୍ୟରେ ନିୟୋଜିତ ବନ କର୍ମଚାରୀ ଟ୍ରାକିଂ କରୁଥିବା ସମୟରେ ହଠାତ୍‌ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ଜୀବନ ବିକଳରେ ଯିଏ ଯୁଆଡ଼େ ଦୌଡ଼ି ପଳାଇଯାଇଥିଲେ। ହେଲେ ଜଣେ ପାରା କର୍ମଚାରୀ ଲୁଧିଆ ସିଂ ହାତୀ ହାବୁଡ଼ରେ ପଡି ଆକ୍ରମଣର ଶିକାର ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ରାଉରକେଲାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦିନକୁ ଦିନ ବଣାଇଁ ବନଖଣ୍ଡରେ ହାତୀ ଉପଦ୍ରବ ବୃଦ୍ଧିପାଉଛି। କେଉଁଠି ହାତୀ ସହରରେ ପଶି ଆତଙ୍କ ଖେଳାଉଛି ତ ଅନ୍ୟ କେଉଁଠି ହତୀ ଆକ୍ରମଣରେ ଜୀବନ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri