ଲକ୍ଷ୍ମୀପୂଜା ଦେଖି ଫେରୁଥିଲେ: ହାତୀ ହାବୁଡ଼ରେ ପଡ଼ିଗଲେ ଦୁଇ ଯୁବକ

ସୁନ୍ଦରଗଡ଼,୨୦ା୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ବନାଞ୍ଚଳ ତଥା ହାତୀବାରି ଥାନା ଅଧୀନ କନ୍ଦରକେଲା ପଞ୍ଚାୟତ ବାଉଁଶଯୋର ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ପ୍ରଦୀପ ବିଲାଙ୍ଗ(୨୪)। ଏଥିସହ ମହିପାଳ କିରୋ ନାମକ ଜଣେ ଯୁବକ ହାତୀ ଆକ୍ରମଣରେ ଆହତ ହୋଇ ଚିକିତ୍ସିତ ହେଉଛନ୍ତି।

ସୂଚନାଯୋଗ୍ୟ, ଲକ୍ଷ୍ମୀପୂଜା ଅବସରରେ ବାଉଁଶଯୋରରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବାକୁ ପ୍ରଦୀପ ଓ ମହିପାଳ ଆସିଥିଲେ। କାର୍ଯ୍ୟକ୍ରମ ସରିବା ପରେ ଦୁହେଁ ବିଳମ୍ବିତ ରାତିରେ ଚାଲିକି ଫେରୁଥିବା ବେଳେ ଗୋଠଛଡା ହାତୀ ସହ ମୁହାଁମୁହିଁ ହୋଇଥିଲେ। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ୨ ଜଣଙ୍କୁ ପ୍ରଥମେ ହାତୀବାରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ।

ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରଦୀପଙ୍କ ମୃତ୍ୟୁ ଘଟିଥିଲା। ମହିପାଳଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ଜଣାପଡିଛି।

ବୀରମିତ୍ରପୁର ରେଞ୍ଜର ଦୁର୍ଯ୍ୟୋଧନ ଜରେଇ, ହାତୀବାରି ଫରେଷ୍ଟର ସୁଶୀଲ କୁମାର କେରକେଟାଙ୍କ ସହ ହାତୀବାରି ପୋଲିସ ଘଟଣା ସ୍ଥଳକୁ ଯାଇ ତଦନ୍ତ କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଗତ ୧୬ ତାରିଖ ବିଳମ୍ବିତ ରାତିରେ ବୀରମିତ୍ରପୁର ବନାଞ୍ଚଳ ତଥା ହାତୀବାରି ଥାନା ଅନ୍ତର୍ଗତ ଲୋକମବେଡା ପଞ୍ଚାୟତ ଖାଡ଼ିଯୋର ଗ୍ରାମରେ ହାତୀ ଆକ୍ରମଣରେ ସୁନୀଲ ବାଗେ ନାମକ ଜଣେ ଯୁବକ ପ୍ରାଣ ହରାଇଥିଲେ। ଦିନକୁ ଦିନ ହାତୀ ଉପଦ୍ରବ ବଢ଼ିଥିବାରୁ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ଏ ଦିଗରେ ବନ ବିଭାଗ ତତ୍ପରତା ପ୍ରକାଶ କରି ବିହିତ ପଦକ୍ଷେପ ଗ୍ରହଣ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ କରାଯାଉ

ଛତ୍ରପୁର,୬ା୮(ଦିଲୀପି ସାମଲ): ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ ଓ ବିସ୍ଥାପିତ ନୀତିକୁ କାର୍ଯ୍ୟକାରୀ କରିବା ପାଇଁ ଦକ୍ଷିଣାଞ୍ଚଳ ବ୍ରହ୍ମପୁର ଆରଡ଼ିସି ଓ ଛତ୍ରପୁର…

ଖେମୁଣ୍ଡି କଲେଜରେ ନିଶାମୁକ୍ତ ଅଭିଯାନ ସଚେତନତା ସଭା, ନିଶା ଦ୍ରବ୍ୟ ସେବନ ବିରୋଧରେ ଛାତ୍ରୀ ଛାତ୍ର କଲେ ପ୍ରତିଜ୍ଞା

ଦିଗପହଣ୍ଡି,୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତି କରଣ ୟୁନିଟ , ଜାତୀୟ ସେବା ସଂସ୍ଥା(ଏନଏସଏସ) ଶାଖା ଏବଂ…

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଝାଡ଼ାବାନ୍ତିରେ ୩୩ ଛାତ୍ରୀ ଆକ୍ରାନ୍ତ

କପ୍ତିପଦା,୬ା୮(ବିଷ୍ଣୁଚରଣ ପୁଥାଳ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ବଡ଼ସିମୁଳିଆ କନ୍ୟାଶ୍ରମର ୩୩ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି…

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri