ହାଇଓ୍ବା ଧକ୍କାରେ ଯୁବକ ମୃତ: ରାସ୍ତାରୋକୋ

ପାରାଦୀପ,୮।୪(ସ୍ବ.ପ୍ର.): ପାରାଦୀପ ଆଦର୍ଶ ଥାନା ଅନ୍ତର୍ଗତ ସବ୍‌ଷ୍ଟେଶନ ଛକର ଓଭରବ୍ରିଜ୍‌ ଗଡ଼ାଣିରେ ଶୁକ୍ରବାର ପୂର୍ବାହ୍ନରେ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଦାବିକରି ସ୍ଥାନୀୟ ଲୋକେ ସାରେ ପାରାଦୀପର ଅଠରବାଙ୍କୀ ଗେଟ୍‌ ଆଗରେ ମୃତଦେହ ରଖି ଅବରୋଧ କରିଥିଲେ। ପ୍ରାୟ ୨ ଘଣ୍ଟା ପରେ ଏହା ପ୍ରତ୍ୟାହୃତ ହୋଇଛି। ମୃତକ ହେଲେ ଅଠରବାଙ୍କୀ ତଳ ଲକ୍‌ପଡ଼ା ବାସିନ୍ଦା ଅମରେଶ ପ୍ରଧାନ(୩୧)। ସେ ସବ୍‌ଷ୍ଟେଶନ ଛକରେ ଏକ ଦୋକାନରେ ସେଲ୍ସମ୍ୟାନ୍‌ ଭାବେ କାମ କରନ୍ତି। ସକାଳେ ସ୍କୁଟି ଯୋଗେ ଅଠରବାଙ୍କୀ ଅଭିମୁଖେ ଯିବାବେଳେ ଓଭରବ୍ରିଜ୍‌ ଗଡ଼ାଣିଠାରେ ଏକ ହାଇୱା ତାଙ୍କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ସେ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ପ୍ରଥମେ ବିଜୁ ମେମୋରିଆଲ ହସ୍ପିଟାଲ ଓ ପରେ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରିଥିଲେ। ସେଠାରେ ଡାକ୍ତର ଅମରେଶଙ୍କୁ ମୃତ ଘୋଷଣା କରିଛନ୍ତି। ଅପରାହ୍ନରେ ମୃତଦେହ ପହଞ୍ଚତ୍ବା ପରେ ଉତ୍ତ୍ୟକ୍ତ ଲୋକେ ଅଠରବାଙ୍କୀ ଗେଟ୍‌ ଅବରୋଧ କରିଥିଲେ। ଖବର ପାଇ ଆଦର୍ଶ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରି ରାସ୍ତା ଅବରୋଧ ହଟାଇଛି। ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ ମୃତଦେହ ରାସ୍ତାକଡ଼ରେ ଆମ୍ବୁଲାନ୍ସ ଭିତରେ ରଖାଯାଇଛି। ଗାଡ଼ି ମାଲିକ, ସଂଘ କର୍ମକର୍ତ୍ତା ଓ ଲୋକଙ୍କ ମଧ୍ୟରେ ଏନେଇ ଆଲୋଚନା ଜାରି ରହିଛି। ଅପରପକ୍ଷେ ପୋଲିସ ସମ୍ପୃକ୍ତ ହାଇୱାକୁ ଜବତ କରିଛି। କିନ୍ତୁ ଚାଳକ ଫେରାର ହୋଇଯାଇଛନ୍ତି। ଏନେଇ ଥାନାରେ ମାମଲା (ନଂ.୧୪୬/୨୩) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri