ହାଇଓ୍ବା ଧକ୍କାରେ ଯୁବକ ମୃତ: ରାସ୍ତାରୋକୋ

ପାରାଦୀପ,୮।୪(ସ୍ବ.ପ୍ର.): ପାରାଦୀପ ଆଦର୍ଶ ଥାନା ଅନ୍ତର୍ଗତ ସବ୍‌ଷ୍ଟେଶନ ଛକର ଓଭରବ୍ରିଜ୍‌ ଗଡ଼ାଣିରେ ଶୁକ୍ରବାର ପୂର୍ବାହ୍ନରେ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଦାବିକରି ସ୍ଥାନୀୟ ଲୋକେ ସାରେ ପାରାଦୀପର ଅଠରବାଙ୍କୀ ଗେଟ୍‌ ଆଗରେ ମୃତଦେହ ରଖି ଅବରୋଧ କରିଥିଲେ। ପ୍ରାୟ ୨ ଘଣ୍ଟା ପରେ ଏହା ପ୍ରତ୍ୟାହୃତ ହୋଇଛି। ମୃତକ ହେଲେ ଅଠରବାଙ୍କୀ ତଳ ଲକ୍‌ପଡ଼ା ବାସିନ୍ଦା ଅମରେଶ ପ୍ରଧାନ(୩୧)। ସେ ସବ୍‌ଷ୍ଟେଶନ ଛକରେ ଏକ ଦୋକାନରେ ସେଲ୍ସମ୍ୟାନ୍‌ ଭାବେ କାମ କରନ୍ତି। ସକାଳେ ସ୍କୁଟି ଯୋଗେ ଅଠରବାଙ୍କୀ ଅଭିମୁଖେ ଯିବାବେଳେ ଓଭରବ୍ରିଜ୍‌ ଗଡ଼ାଣିଠାରେ ଏକ ହାଇୱା ତାଙ୍କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ସେ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ପ୍ରଥମେ ବିଜୁ ମେମୋରିଆଲ ହସ୍ପିଟାଲ ଓ ପରେ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରିଥିଲେ। ସେଠାରେ ଡାକ୍ତର ଅମରେଶଙ୍କୁ ମୃତ ଘୋଷଣା କରିଛନ୍ତି। ଅପରାହ୍ନରେ ମୃତଦେହ ପହଞ୍ଚତ୍ବା ପରେ ଉତ୍ତ୍ୟକ୍ତ ଲୋକେ ଅଠରବାଙ୍କୀ ଗେଟ୍‌ ଅବରୋଧ କରିଥିଲେ। ଖବର ପାଇ ଆଦର୍ଶ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରି ରାସ୍ତା ଅବରୋଧ ହଟାଇଛି। ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ ମୃତଦେହ ରାସ୍ତାକଡ଼ରେ ଆମ୍ବୁଲାନ୍ସ ଭିତରେ ରଖାଯାଇଛି। ଗାଡ଼ି ମାଲିକ, ସଂଘ କର୍ମକର୍ତ୍ତା ଓ ଲୋକଙ୍କ ମଧ୍ୟରେ ଏନେଇ ଆଲୋଚନା ଜାରି ରହିଛି। ଅପରପକ୍ଷେ ପୋଲିସ ସମ୍ପୃକ୍ତ ହାଇୱାକୁ ଜବତ କରିଛି। କିନ୍ତୁ ଚାଳକ ଫେରାର ହୋଇଯାଇଛନ୍ତି। ଏନେଇ ଥାନାରେ ମାମଲା (ନଂ.୧୪୬/୨୩) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?