କରଞ୍ଜିଆ,୧।୬(କବିତା ମହାନ୍ତ): ମଣିଷକୁ ଖାଇଗଲା ମହାବଳ ବାଘ ! କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ କୁମୁଡାବାଡ଼ି ଗାଁ ରାଜାମ୍ ସାହି ନିକଟ ଜଙ୍ଗଲରୁ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଣିଷର ଦୁଇଟି କ୍ଷତାକ୍ତ ଗୋଡ଼ ପଡିରହିଥିବା ବେଳେ ମଣିଷର ଅଧା ଦେହକୁ ଖାଇ ବାଘ ଚାଲିଯାଇଥିବା ପାରିପାର୍ଶ୍ଵିକ ଅବସ୍ଥାରୁ ଜଣା ପଡୁଛି ।
ବାଘ ଆକ୍ରମଣରେ ମୃତ୍ୟୁ ହୋଇଥିବା ବ୍ୟକ୍ତି ଜଣକ ହେଉଛନ୍ତି ଯଶିପୁର ଥାନା ବସନ୍ତପୁର ଗାଁର ସାଧୁ ନାଏକ । ସେ ରବିବାର ସକାଳୁ ଛେଳି ପାଇଁ ଜଙ୍ଗଲକୁ ଡାଳ ଆଣିବାକୁ ଯାଇ ଆଉ ଘରକୁ ଫେରିନଥିଲେ । ସୋମବାର ସକାଳୁ ସକାଳୁ ତାଙ୍କର ଦୁଇଟି କ୍ଷତାକ୍ତ ଗୋଡ଼ ସହ ତାଙ୍କର ଲୁଙ୍ଗି ଜଙ୍ଗଲରେ ପଡ଼ିଥିବା ଦେଖିବାକୁ ପାଇଥିଲେ ସ୍ଥାନୀୟ ଲୋକେ । ଘଟଣା ସ୍ଥଳରେ ଯଶିପୁର ପୋଲିସ ଓ ବନବିଭାଗ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।