ପ୍ରତାରଣାରେ ବୁଝିଲାନି ମନ ଜୀବନ ନେଇଗଲେ

ଦେଓଗାଁ,୨୬ା୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ ଅପାମରା ଗାଁର ଜଣେ ୧୯ବର୍ଷୀୟା ଯୁବତୀଙ୍କୁ ତାଙ୍କ ପ୍ରେମିକ ପ୍ରତାରଣା ଦେବାପରେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏ ନେଇ ଯୁବତୀଙ୍କ ବାପା ଦେଓଗାଁ ଥାନାରେ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ ଦେଓଗାଁ ଥାନାରେ ଏକ ମାମଲା(ନଂ.୧୩/୨୧) ରୁଜୁ ହୋଇଛି। ଅଭିଯୋଗ ପାଇବା ପରେ ଅଭିଯୁକ୍ତ ପ୍ରେମିକ, ତାଙ୍କ ବାପା ଓ ପରିବାରର ଅନ୍ୟ ଜଣେ ସଦସ୍ୟଙ୍କୁ ପୋଲିସ ଥାନାକୁ ଆଣି ପଚରାଉଚୁରା କରିଛି।
ମୃତ ଯୁବତୀଙ୍କ ବାପାଙ୍କ ଅଭିଯୋଗ ଅନୁଯାୟୀ, ଅପାମରା ଗାଁର ଜଣେ ଯୁବକ ତାଙ୍କ ଝିଅଙ୍କୁ ପ୍ରେମ କରୁଥିଲେ ା ଏହାପରେ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିଲେ। ଏଥିରେ ଯୁବତୀ ଜଣକ ଗର୍ଭବତୀ ହୋଇଥିଲେ । ଏକଥା ସେ ଘରେ କହିବା ପରେ ଯୁବତୀଙ୍କ ବାପା ବୁଧବାର ସକାଳେ ସମ୍ପୃକ୍ତ ଯୁବକଙ୍କ ଘରକୁ ଯାଇ ତାଙ୍କ ଝିଅକୁ ବିବାହ କରିବାକୁ ଦାବି କରିଥିଲେ। ହେଲେ ଯୁବକଙ୍କ ପରିବାର ଲୋକେ ଏଥିରେ ରାଜି ନ ହୋଇ ତାଙ୍କୁ ମାରପିଟ କରି ବିଦା କରିଦେଇଥିଲେ। ଏ ନେଇ ସେ ଦେଓଗଁା ଥାନାରେ ଅଭିଯୋଗ କରିବା ପରେ ଏକ ମାମଲା(ନଂ.୧୭୦/୨୧) ରୁଜୁ ହୋଇଥିଲା।

ପରେ ଯୁବତୀ ଜଣକ ସମ୍ପୃକ୍ତ ଯୁବକଙ୍କ ଘରକୁ ଯାଇ ବିବାହ ପାଇଁ ଜିଦ୍‌ ଧରିଥିଲେ। ତାଙ୍କୁ ମଧ୍ୟ ମାରପିଟ କରି ପ୍ରେମିକଙ୍କ ପରିବାର ଲୋକେ ଫେରାଇ ଦେଇଥିଲେ। ଯୁବତୀଙ୍କୁ ପ୍ରେମିକଙ୍କ ଘର ପଛପଟ ବାଡିରୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଯୁବକ ତାଙ୍କୁ ବିଷ ପିଆଇ ଦେଇଥିବା ଯୁବତୀ ତାଙ୍କ ଘର ଲୋକଙ୍କୁ କହିଥିଲେ। ପରିବାର ଲୋକେ ଝିଅକୁ ଗୁରୁତର ଅବସ୍ଥାରେ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରିବାର ଲୋକେ ମୃତଦେହ ଥାନାକୁ ଆଣି ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଅପରପକ୍ଷେ ମିଥ୍ୟା ଅଭିଯୋଗ କରି ଆମକୁ ଫସାଇ ଦେବା ପାଇଁ ଯୁବତୀଙ୍କ ପରିବାର ଲୋକେ ଉଦ୍ୟମ କରିଛନ୍ତି ବୋଲି ଯୁବକଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ଏହି ଅଭିଯୋଗକୁ ଭିତ୍ତି କରି ଅନ୍ୟ ଏକ ମାମଲା(ନଂ.୧୭୧/୨୧) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri