ମାଓବାଦୀଙ୍କ ବର୍ବରତା, ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା

ଭବାନୀପାଟଣା,୨୫।୧୧(ସ୍ବ.ପ୍ର): କଳାହାଣ୍ଡି ଜିଲାରେ ପୁଣି ନିଜ ଉପସ୍ଥିତି ଜାହିର କରିଛନ୍ତି ମାଓବାଦୀ। ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ମାଓବାଦୀ। କଳାହାଣ୍ଡି ଜିଲା ସଦର ଥାନା ଅଧୀନ ପଞ୍ଚକୁଲା ଗାଁର ଲାଲବତି ମାଝୀ ନାମକ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ଲାଲବତି ନିଜ ଘରେ ଶୋଇଥିବା ବେଳେ ମାଓବାଦୀମାନେ ତାଙ୍କୁ ଟେକି ନେଇ କଟଳାଙ୍ଗ ଗାଁ ନିକଟରେ ହତ୍ୟା କରିଥିଲେ। ଏପରିକି ଘଟଣାସ୍ଥଳରେ ମାଓବାଦୀମାନେ ପୋଷ୍ଟର ମଧ୍ୟ ଲାଗାଇଛନ୍ତି। ପୋଲିସକୁ ଖବର ଦେଉଥିବାରୁ ଲାଲବତିଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଥିବା ପୋଷ୍ଟରରେ ଉଲ୍ଲେଖ ରହିଛି। ଏହା ସହିତ ଅଞ୍ଚଳରେ ଆଉ କିଛି ଲୋକ ପୋଲିସ ଇନଫର୍ମର ଭାବେ କାମ କରୁଛନ୍ତି ବୋଲି ମାଓବାଦୀ ଉଲ୍ଲେଖ କରିବା ସହିତ ତାଙ୍କୁ ମଧ୍ୟ କଠୋର ଦଣ୍ଡ ମିଳିବ ବୋଲି ଚେତାବନୀ ଦେଇଛନ୍ତି।

ପୋଷ୍ଟରରେ ବଂଶଧର ଘୁମୁସର ନାଗାବଳି ଡିଭିଜନ ସଂଗଠନ ଉଲ୍ଲେଖ ରହିଛି। ଏହି ଘଟଣା କେବଳ କଳାହାଣ୍ଡିରେ ନୁହେଁ ବରଂ ପଶ୍ଚିମ ଓଡିଶାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହି ଘଟଣାକୁ ନେଇ ପୋଲିସ ପକ୍ଷରୁ ବି ସ୍ପଷ୍ଟ କରାଯାଇଛି। ଘଟଣା ପରେ ପୋଲିସ କୋମ୍ବିଂ ଅପରେଶନକୁ ଜୋରଦାର କରିଛି। ସୂଚନାଯୋଗ୍ୟ, ମୃତକ ଲାଲବତିଙ୍କ ଭାଣିଜୀ କୁନି ମାଝୀ ଜଣେ କୁଖ୍ୟାତ ମାଓବାଦୀ। ସେ ଦୀର୍ଘଦିନ ଧରି ମାଓବାଦୀ କାର୍ଯ୍ୟକଳାପରେ ଜଡିତ ଅଛନ୍ତି। କୁନିଙ୍କ ପ୍ରରୋଚନାରେ ଏହି ହତ୍ୟାକାଣ୍ଡ ଘଟିଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ଗଣେଶ ବିସର୍ଜନ ବେଳେ ଅଘଟଣ! ଜେନେରେଟରରେ ତେଲ ଢାଳୁ ଢାଳୁ ଲାଗିଲା ନିଆଁ, ଯୁବକ…

ଝରିଗାଁ, ୧୬।୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମେରା ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା…

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

ଅଲଟୋ କାର୍ ଭିତରେ ଗଞ୍ଜେଇର ପାହାଡ଼! ଧରାପଡ଼ିଲେ ଗୌରୀଶଙ୍କର, ସହଯୋଗୀ ଫେରାର

ପୁରୁଷୋତ୍ତମପୁର,୧୬।୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ମିଳିଛି ବଡ଼ ସଫଳତା। ଗଞ୍ଜେଇ ଚାଲାଣ ବେଳେ ପୋଲିସ ଚଢ଼ଉ କରି ୯୫ କେଜି ଗଞ୍ଜେଇ ସହ ଏକ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ବଡ଼ ଖବର! ଏହି ରାଜ୍ୟରେ ଅକ୍ଟୋବର ୧ରୁ ମିଳିବନି ପେଟ୍ରୋଲ୍-ଡିଜେଲ୍

ଚଣ୍ଡିଗଡ଼,୧୬।୯: ହରିୟାଣାରେ ୧ ଅକ୍ଟୋବର ୨୦୨୬ରୁ ଯାନବାହନ ଚଳାଚଳକୁ ନେଇ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଏନ୍‌ସିଆର ଅଞ୍ଚଳରେ ପୁରୁଣା…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଜ୍ବରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ, ଅଞ୍ଚଳରେ ଶୋକର ଛାୟା

ପାତ୍ରପୁର,୧୬।୯(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମର ପ୍ରତାପ ବାଡ଼ତ୍ୟା ଓ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ହାଇଦ୍ରାବାଦରେ ଶ୍ରମିକ ଭାବେ କାମ କରୁଥିଲେ । ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?