ମାଓବାଦୀଙ୍କ ବର୍ବରତା, ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା

ଭବାନୀପାଟଣା,୨୫।୧୧(ସ୍ବ.ପ୍ର): କଳାହାଣ୍ଡି ଜିଲାରେ ପୁଣି ନିଜ ଉପସ୍ଥିତି ଜାହିର କରିଛନ୍ତି ମାଓବାଦୀ। ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ମାଓବାଦୀ। କଳାହାଣ୍ଡି ଜିଲା ସଦର ଥାନା ଅଧୀନ ପଞ୍ଚକୁଲା ଗାଁର ଲାଲବତି ମାଝୀ ନାମକ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ଲାଲବତି ନିଜ ଘରେ ଶୋଇଥିବା ବେଳେ ମାଓବାଦୀମାନେ ତାଙ୍କୁ ଟେକି ନେଇ କଟଳାଙ୍ଗ ଗାଁ ନିକଟରେ ହତ୍ୟା କରିଥିଲେ। ଏପରିକି ଘଟଣାସ୍ଥଳରେ ମାଓବାଦୀମାନେ ପୋଷ୍ଟର ମଧ୍ୟ ଲାଗାଇଛନ୍ତି। ପୋଲିସକୁ ଖବର ଦେଉଥିବାରୁ ଲାଲବତିଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଥିବା ପୋଷ୍ଟରରେ ଉଲ୍ଲେଖ ରହିଛି। ଏହା ସହିତ ଅଞ୍ଚଳରେ ଆଉ କିଛି ଲୋକ ପୋଲିସ ଇନଫର୍ମର ଭାବେ କାମ କରୁଛନ୍ତି ବୋଲି ମାଓବାଦୀ ଉଲ୍ଲେଖ କରିବା ସହିତ ତାଙ୍କୁ ମଧ୍ୟ କଠୋର ଦଣ୍ଡ ମିଳିବ ବୋଲି ଚେତାବନୀ ଦେଇଛନ୍ତି।

ପୋଷ୍ଟରରେ ବଂଶଧର ଘୁମୁସର ନାଗାବଳି ଡିଭିଜନ ସଂଗଠନ ଉଲ୍ଲେଖ ରହିଛି। ଏହି ଘଟଣା କେବଳ କଳାହାଣ୍ଡିରେ ନୁହେଁ ବରଂ ପଶ୍ଚିମ ଓଡିଶାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହି ଘଟଣାକୁ ନେଇ ପୋଲିସ ପକ୍ଷରୁ ବି ସ୍ପଷ୍ଟ କରାଯାଇଛି। ଘଟଣା ପରେ ପୋଲିସ କୋମ୍ବିଂ ଅପରେଶନକୁ ଜୋରଦାର କରିଛି। ସୂଚନାଯୋଗ୍ୟ, ମୃତକ ଲାଲବତିଙ୍କ ଭାଣିଜୀ କୁନି ମାଝୀ ଜଣେ କୁଖ୍ୟାତ ମାଓବାଦୀ। ସେ ଦୀର୍ଘଦିନ ଧରି ମାଓବାଦୀ କାର୍ଯ୍ୟକଳାପରେ ଜଡିତ ଅଛନ୍ତି। କୁନିଙ୍କ ପ୍ରରୋଚନାରେ ଏହି ହତ୍ୟାକାଣ୍ଡ ଘଟିଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା ହେଲାଣି ବିଜେଡିର...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri