ଜମି ବିବାଦକୁ ନେଇ କେନ୍ଦ୍ରାପଡ଼ାରେ ହିଂସାକାଣ୍ଡ: ଯବାନ ମୃତ, ପୁଅ ବାପା-ମା’ ଗୁରୁତର

କେନ୍ଦ୍ରାପଡ଼ା,୪।୧: ଜମି ବିବାଦରୁ ଗଡ଼ିଲା ମୁଣ୍ଡ। ଯବାନ ପୁଅ ମୃତ୍ୟୁ ବରଣ ପରେ ବେଳେ ଗୁରୁତର ବାପା-ମା’। କେନ୍ଦ୍ରାପଡ଼ା ଜିଲାର ଏକ ଗାଁରେ ଜମିଜମା ବିବାଦକୁ ନେଇ ଏଭାଲକି ହିଂସାକାଣ୍ଡ ଘଟିଛି। ଶନିବାର ରାତିରେ କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ନରିଲୋ ଗ୍ରାମରେ ଏହି ଘଟଣା ଘଟିଛି। ମୃତ ଯୁବକଙ୍କ ନାମ ଉପେନ୍ଦ୍ର ଓଝା। ସେ ନିଜ ପତ୍ନୀ ଏବଂ ଏକ ବର୍ଷର ଝିଅକୁ ଛାଡ଼ି ଆରପାରିକୁ ଚାଲିଯାଇଛନ୍ତି।

ପରିବାର ମଧ୍ୟରେ ବହୁ ଦିନରୁ ଲାଗି ରହିଥିବା ଜମି ବିବାଦକୁ ନେଇ ଏହି ସଂଘର୍ଷ ସୃଷ୍ଟି ହୋଇଥିଲା। ଉପେନ୍ଦ୍ରଙ୍କ କକା ରାଜକିଶୋର ଓଝା ତାଙ୍କ ସହ ଯୁକ୍ତିତର୍କ ଆରମ୍ଭ କରିବା ପରେ ପରିସ୍ଥିତି ଉଗ୍ର ରୂପ ନେଇଥିଲା।

ପୋଲିସ ସୂତ୍ରରୁ ଜଣାପଡ଼ିଛି ଯେ ରାଜକିଶୋର ଓଝା, ତାଙ୍କ ପତ୍ନୀ ଓ ପୁଅଙ୍କ ସହ ମିଶି ଉପେନ୍ଦ୍ରଙ୍କୁ ବିଭିନ୍ନ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଅଭିଯୋଗ ହୋଇଛି ଯେ ରାଜକିଶୋର ଏକ କୋଦାଳରେ ଉପେନ୍ଦ୍ରଙ୍କୁ ଆଘାତ କରିବାରୁ ସେ ଗୁରୁତର ଆହତ ହୋଇଥିଲେ। ଉପେନ୍ଦ୍ରଙ୍କ ବାପା ସରୋଜ କାନ୍ତ ଓ ମା’ ସଂଯୁକ୍ତା ମଧ୍ୟ ଏହି ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି।

ସମସ୍ତ ଆହତଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଉପେନ୍ଦ୍ରଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।ଘଟଣାର ତଦନ୍ତ ଚାଲିଛି ଏବଂ ତଦନ୍ତର ଫଳାଫଳ ଆଧାରରେ ଉପଯୁକ୍ତ ପଦକ୍ଷେପ ନିଆଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ଆନନ୍ଦପୁରରେ ପୁଣି ହାତୀ: ଫକୀରପୁର-ସିଙ୍ଗଡୋଭ ସୀମାରେ ଗତିବିଧି, ସତର୍କ ରହିବାକୁ …

ବଞ୍ଚୋ, ୧୪।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଫକୀରପୁର–ସିଙ୍ଗଡୋଭ ସୀମାନ୍ତ ଅଞ୍ଚଳରେ ପୁଣି ଏକ ହାତୀର ଗତିବିଧି ଦେଖାଯିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ: ପେଣ୍ଡିଂ ମାମଲାର ତୁରନ୍ତ ଫଇସଲା ସହ ଅପରାଧୀଙ୍କ ଉପରେ…

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁରସ୍ଥିତ ଗଞ୍ଜାମ ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଦିନ ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଦିନକ ପରେ ରଥଯାତ୍ରା: ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ଗଞ୍ଜାମ ସହର

ଗଞ୍ଜାମ, ୧୪।୭ (ବିଦ୍ୟାଧର ସାହୁ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ପାଇଁ ଆଉ ମାତ୍ର ଦିନକର ସମୟ ବାକି ଅଛି। ଜୁଲାଇ ୧୬ ତାରିଖରେ ମହାପ୍ରଭୁଙ୍କ…

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri