ଯୁବକଙ୍କୁ ଗଳାକାଟି ହତ୍ୟା: କାରଣ ଖୋଜୁଛି ପୋଲିସ

ବୋଡେନ,୩୧।୧(ଡି.ଏନ.ଏ.) ନୂଆପଡ଼ା ଜିଲା ବୋଡେନ ଥାନା ଫରସରା ପଞ୍ଚାୟତ କନକପୁର ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ହତ୍ୟାର ଶିକାର ହୋଇଥିବା ଯୁବକ ଜଣକ ବୋଡେନ ଗ୍ରାମର ଲୋକନାଥ (୨୫)। ଲୋକନାଥଙ୍କ ଦୁଇ ହାତର ଏକାଧିକ ସ୍ଥାନରେ ଗଭୀର କ୍ଷତ ହେବା ସହ ଗଳା କାଟି ଦିଆଯାଇଥିବା ଜଣାପଡିଛି। କୌଣସି ଧାରୁଆ ଅସ୍ତ୍ରରେ ତାଙ୍କୁ ହତ୍ୟା କରାଯାଇଥିବା ପାରିପାର୍ଶିକ ପରିସ୍ଥିତିରୁ ସ୍ପଷ୍ଟ ଜଣାପଡିଛି। ଫରସରା ପଞ୍ଚାୟତ କନକପୁର ଗ୍ରାମ ନିକଟରେ ଏକ ମୃତଦେହ ପଡିଥିବା ଖବର ପ୍ରଚାରିତ ହେବା ପରେ ଲୋକଙ୍କ ଶୁଅ ଛୁଟିଥିଲା। ଖବର ପାଇ ବୋଡେନ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ସ୍ଥାନାନ୍ତର କରିଛି। ହତ୍ୟାର କାରଣ ଜଣାପଡି ନ ଥିବା ବେଳେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ପ୍ରଶଂସା ମଧ୍ୟରେ କ୍ୟାମେରାରେ କଏଦ ହୋଇଥିଲା ଏକ ହସ ପୁଟିନଙ୍କ ସାମ୍ନାରେ ବସିଥିବା ଏହି ରହସ୍ୟମୟୀ ମହିଳା ଜଣକ କିଏ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୬: ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆନ୍ତର୍ଜାତୀୟ ସମ୍ବାଦ ସଂସ୍ଥାର ମୁଖ୍ୟମାନଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ସେ ଖୋଲାଖୋଲି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

କାହିଁକି ଭାଜପା ଛାଡିଲେ ଆନ୍ନାମଲାଇ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୬: ତାମିଲନାଡୁରେ କେ. ଆନ୍ନାମଲାଇ ଏବଂ ଭାଜପା ଅଲଗା ହୋଇଯାଇଛନ୍ତି; ଭାଜପା ଆନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ କରିଛି। ଭାଜପାରୁ ଅଲଗା ହେବା ପରେ ତୁରନ୍ତ ଆନ୍ନାମଲାଇ ଘୋଷଣା…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

ଆନ୍ନାମଲାଇ ଦଳ ଛାଡିବା ପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା, କହିଲା ସେ ଦଳ ଛାଡିଲେ କିଛି…

ନୂଆଦିଲ୍ଲୀ,୫।୬: ତାମିଲନାଡୁ ଭାଜପାର ଅନ୍ୟତମ ପ୍ରମୁଖ ନେତା କେ. ଆନ୍ନାମଲାଇ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଦିନକର କଳ୍ପନାଜଳ୍ପନା ପରେ, ଭାଜପା ଶୁକ୍ରବାର ତାଙ୍କ ଇସ୍ତଫା…

ମହିଳାଙ୍କୁ ବଳାତ୍କାର: ଧରାପଡ଼ିଲେ ମୌଲାନା

କଟକ,୫।୬(ପ୍ରଭୁ କଲ୍ୟାଣ ପାଲ): ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜଗତପୁର ଥାନା ପୋଲିସ ଶୁକ୍ରବାର ଜଣେ ମୌଲାନାଙ୍କୁ ଗିରଫ କରିଛି। ସେ ହେଲେ ଏସ୍‌.କେ ନାଜମୁଲ ଆରଫିନ…

ମାତ୍ର ୧୫ ବର୍ଷ ବୟସରେ ଏତିକି କୋଟି ଟଙ୍କାର ମାଲିକ ବୈଭବ ସୂର୍ଯ୍ୟବଂଶୀ: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୫।୬:ନିକଟରେ ଶେଷ ହୋଇଥିବା IPLରେ ଚମତ୍କାର ପ୍ରଦର୍ଶନ କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଥମୁନି ଚର୍ଚ୍ଚା। କେବଳ ଲୋକପ୍ରିୟତା ନୁହେଁ ବରଂ ବିଶ୍ୱର ସବୁଠାରୁ ବଡ଼ କ୍ରିକେଟ…

ସତନ୍ତ୍ର ସଘନ ସଂଶୋଧନରେ ଯାଇଥିବା ବିଏଲଓଙ୍କୁ ଠେଲାପେଲା କରିବା ଘଟଣା: ଜନସାଧାରଣଙ୍କୁ ଏମିତି ନିବେଦନ କଲା ଜିଲା ପ୍ରଶାସନ

ପାଟଣା,୫।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ସତନ୍ତ୍ର ସଘନ ସଂଶୋଧନ ଗୁରୁବାର ପୂର୍ବାହ୍ନରେ ଚାଲିଥିବାବେଳେ ବିଏଲଓ ସଦାନନ୍ଦ ସେଠୀଙ୍କୁ ଠେଲାପେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri