ଘରୁ ଭିଡିଓ ଶୁଟିଂ ପାଇଁ ବାହାରିଥିଲେ ଯୁବକ: ଗୋଟିଏ ଦିନ ପରେ ମିଳିଲା…

ପରଜଙ୍ଗ୧୪/୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ମୁକ୍ତାପଶି ଗାଁ ସତସଙ୍ଗ ଘର ପାଖ ପୋଖରୀରୁ ମିଳିଲା ଯୁବକଙ୍କ ସନ୍ଦେହଜନକ ମୃତଦେହ। ତାଙ୍କୁ ହତ୍ୟା କରି କେହି ପୋଖରୀରେ ପକେଇ ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ଯୁବକ ଜଣଙ୍କ ପରଜଙ୍ଗ ଥାନା ସାଆନ୍ଦା ଗାଁର ରାଜେଶ କୁମାର ପାଣି। ରାଜେଶ ମୁକ୍ତାପଶି ଗାଁରେ ଏକ ନିର୍ବନ୍ଧ ପାଇଁ ଭିଡିଓ ସୁଟିଙ୍ଗ ଥିବା ନେଇ ଗତକାଲି ଘରୁ ବାହାରିଥିଲେ। ତେବେ ସବୁଠାରୁ ବଡ଼ କଥା ହେଲା ଯେ, ସେ ଘରୁ ବାହାରିବା ବେଳେ ଏକ ହୃଦୟସ୍ପର୍ଶୀ ରିଲ୍ସ କରି କରି ମୁକ୍ତାପଶି ଗାଁକୁ ବାହାରିଥିଲେ। ମାତ୍ର ଗତ କାଲି ଅପରାହ୍ନ ୧୨ଟା ପରଠାରୁ ତାଙ୍କ ମୋବାଇଲ ସୁଇଚ ଅଫ ଆସିଥିଲା। ଏହାକୁ ନେଇ ପରିବାର ଲୋକେ ସନ୍ଧ୍ୟାରେ ମୁକ୍ତାପଶି ଗାଁରେ ବହୁ ଖୋଜାଖୋଜି କରିଥିଲେ। କିନ୍ତୁ କୌଣସି ସନ୍ଧାନ ପାଇ ନଥିଲେ। ଆଜି ତାଙ୍କ ମୃତ ଦେହ ମୁକ୍ତାପଶି ଗାଁ ସତସଙ୍ଗ ଘର ପାଖ ପୋଖରୀ ଭାସୁଥିବାର ଦେଖିବାକୁ ମିଳିଥିଲା। ଏପରିକି ପୋଖରୀ ହୁଡାରେ ବାଇକ ଏବଂ ଚପଲ ଥିବା ବେଳେ ଭିଡିଓ ସୁଟିଙ୍ଗ ପାଇଁ ଆଣିଥିବା କ୍ୟାମେରା ସେଟ ଅପର କୌଣସି ସନ୍ଧାନ ମଧ୍ୟ ମିଳିନାହିଁ। ତେବେ ତାଙ୍କୁ ଘରୁ ଡାକି କେହି ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଯାହାକୁ ନେଇ ଘଟଣାସ୍ଥଳରେ କାମାକ୍ଷାନଗର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରି ଦେଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri