ତହସିଲ କାର୍ଯ୍ୟାଳୟରେ ଦେହରେ ନିଆଁ ଲଗାଇ ଜୀବନ ହାରିଲେ ଯୁବକ

ନୂଆପଡ଼ା ଅଫିସ,୧୭ା୩: ଜମି ବିକ୍ରି କରିବାକୁ ସହଯୋଗ ନ ମିଳିବାରୁ ନୂଆପଡ଼ା ସଦର ତହସିଲ କାର୍ଯ୍ୟାଳୟରେ ଜଣେ ଯୁବକ ପେଟ୍ରୋଲ ଢାଳି ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ବଡ଼ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସିତ ଅବସ୍ଥାରେ ଶୁକ୍ରବାର ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ନୂଆପଡ଼ା ସଦର ବ୍ଲକ ଜୋଙ୍କ ଥାନା ଆମସେନା ପଞ୍ଚାୟତ କଲ୍ୟାଣପୁର ଗ୍ରାମର ଜଗଦୀଶ ଚୌହାନ (୩୬)। ଏ ନେଇ ପୀଡ଼ିତଙ୍କ ମା’ ନୂଆପଡ଼ା ଥାନାରେ ଅଭିଯୋଗ କରିଛନ୍ତି।
ମିଳିଥିବା ସୂଚନା ମୁତାବକ, କଲ୍ୟାଣପୁର ଗ୍ରାମର ଜଗଦୀଶଙ୍କ ବାପା ଆତ୍ମାରାମ ଜମି ବିକ୍ରି ପାଇଁ ୨୦୨୨ ଜାନୁୟାରୀ ୧୫ରେ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଆବେଦନ କରିଥିଲେ। ଦୀର୍ଘଦିନ ଧରି ଆବେଦନ ଫର୍ମ ପଡ଼ିରହିବା ପରେ ୨୦୨୨ ମାର୍ଚ୍ଚ ୨୯ରେ ପଞ୍ଜୀକୃତ ହୋଇଥିଲା। ଏହାର ଭେରିଫିକେଶନ ପାଇଁ ଚିଠି ନଂ. ୭୯୭/୨୦୨୨ ଅନୁଯାୟୀ ମେ’ ୯ରେ ସଦର ତହସିଲ କାର୍ଯ୍ୟାଳୟକୁ ପଠାଯାଇଥିଲା। ଇତିମଧ୍ୟରେ ବର୍ଷେ ବିତିଯାଇଥିଲେ ମଧ୍ୟ ଭେରିଫିକେଶନ ହୋଇପାରି ନ ଥିଲା। ଜଗଦୀଶ ଓ ତାଙ୍କ ମା’ ବାରମ୍ବାର ଅଫିସ୍‌କୁ ଦୌଡ଼ି ନୟାନ୍ତ ହୋଇପଡ଼ିଥିଲେ ମଧ୍ୟ କେହି ସହଯୋଗ କରି ନ ଥିଲେ।
ଫଳରେ ଗୁରୁବାର ଜଗଦୀଶ ତହସିଲ କାର୍ଯ୍ୟାଳୟରେ ପହଞ୍ଚି ଅତିରିକ୍ତ ତହସିଲଦାର ଆଶେସା ବାଗଙ୍କ ଦ୍ୱାରସ୍ଥ ହୋଇ ଏ ସମ୍ପର୍କରେ ଜାଣିବାକୁ ଚାହିଁଥିଲେ। ହେଲେ ଅତିରିକ୍ତ ତହସିଲଦାର ତାଙ୍କୁ ବାରମ୍ବାର କାହିଁକି ଆସୁଛ କହି ଧମକଚମକ ଦେଇଥିଲେ। ଏଥିରେ ଜଗଦୀଶ ମାନସିକ ଭାରସାମ୍ୟ ହରାଇ କାର୍ଯ୍ୟାଳୟରୁ ବାହାରିଆସି ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଜଳୁଥିବା ଅବସ୍ଥାରେ ସେ ଅତିରିକ୍ତ ତହସିଲଦାର ଚାମ୍ବରକୁ ଦୌଡି ଯାଇଥିଲେ। ଜଗଦୀଶଙ୍କ ଶରୀରରେ ଲାଗିଥିବା ନିଆଁ ବ୍ୟାପି ଅଫିସ୍‌ର କେତେକ କାଗଜପତ୍ର ପୋଡ଼ିଯାଇଥିଲା। ତେବେ ସେଠାରେ ଉପସ୍ଥିତ କର୍ମଚାରୀ ଏବଂ ଜନସାଧାରଣ ନିଆଁକୁ ଆୟତ୍ତ କରିବାରୁ ବଡ଼ଧରଣର ବିପତ୍ତି ଟଳିଯାଇଛି। ଜଗଦୀଶଙ୍କୁ ଉଦ୍ଧାର କରି ତହସିଲଦାରଙ୍କ ଗାଡ଼ିରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ବିଗିଡ଼ିବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଜଗଦୀଶଙ୍କ ମୃତ୍ୟୁ ଘଟିଥିବା ସମ୍ପର୍କୀୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri