Posted inଫୁରସତ

ଯୁବ ମାନସିକତାକୁ ପ୍ରୋତ୍ସାହିତ କରିବା ଆବଶ୍ୟକ

ଭାରତରେ ୧୧ ମେ’ରେ ପାଳନ କରାଯାଉଥିବା ‘ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ’ ଆମ ଦେଶରେ ବୈଷୟିକ ଜ୍ଞାନକୌଶଳ, ଅନୁସନ୍ଧାନକାରୀ ଏବଂ ଇଞ୍ଜିନିୟରମାନଙ୍କ ସଫଳତାକୁ ସ୍ମରଣ କରିଥାଏ। ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ୧୯୯୯ରେ ପୋଖରାନ୍‌ ଆଣବିକ ପରୀକ୍ଷଣକୁ ସ୍ମରଣୀୟ କରିବା ପାଇଁ ଏହି ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସର ଶୁଭାରମ୍ଭ କରିଥିଲେ।
ବୈଷୟିକ ପ୍ରଗତିର ଅବଦାନ ଯୋଗୁ ଭାରତ ବିସ୍ଫୋରକ ଅଭିବୃଦ୍ଧିର ସାକ୍ଷୀ ହୋଇଛି। ଅଭିବୃଦ୍ଧିର ଅଭିଯାନକୁ ସ୍ମରଣ କରି ବୈଜ୍ଞାନିକ ଏବଂ ଇଞ୍ଜିନିୟରମାନଙ୍କ ଉଦ୍ୟମକୁ ସ୍ବୀକାର କରିବା ପାଇଁ ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ ହେଉଛି ଏକ ଉପଯୁକ୍ତ ଅବସର।
୧୧ ମେ’ ୧୯୯୯ରେ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଲୋକଙ୍କୁ ସମ୍ମାନିତ କରିବା ଏବଂ ସେମାନଙ୍କ ସଫଳତାକୁ ଆଲୋକିତ କରିବା ପାଇଁ ପ୍ରଥମେ ଭାରତରେ ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ ପାଳନ କରାଯାଇଥିଲା। ପ୍ରଯୁକ୍ତି ବିକାଶ ପରିଷଦ ପକ୍ଷରୁ ତତ୍କାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଉପସ୍ଥିତିରେ ପ୍ରଥମ ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ ଆୟୋଜନ କରାଯାଇଥିଲା।
ଏହି ଦିନ ବୋମାଗୁଡ଼ିକର ଶକ୍ତି ନିର୍ଣ୍ଣୟ କରିବା ପାଇଁ ମେ’ ୧୯୯୮ରେ ରାଜସ୍ଥାନର ପୋଖରାନ୍‌ରେ ଭାରତୀୟ ସେନା ଦ୍ୱାରା କରାଯାଇଥିବା ପାଞ୍ଚଟି ଆଣବିକ ପରୀକ୍ଷଣକୁ ମଧ୍ୟ ସ୍ମରଣ କରାଯାଇଥାଏ।
ମେ’ ୧୯୭୪ରେ ପ୍ରଥମ ଆଣବିକ ପରୀକ୍ଷଣ ସ୍ମାଇଲିଂ ବୁଦ୍ଧ ପରେ ଭାରତର ଦ୍ୱିତୀୟ ପରମାଣୁ ପରୀକ୍ଷଣ ପୋଖରାନ୍‌ରେ କରାଯାଇଥିଲା। ଭାରତର ପୂର୍ବତନ ରାଷ୍ଟ୍ରପତି ଡ. ଏପିଜେ ଅବଦୁଲ କଲାମ, ଯିଏକି ମିଜାଇଲ ମ୍ୟାନ୍‌ ଅଫ୍‌ ଇଣ୍ଡିଆ ଭାବରେ ଜଣାଶୁଣା। ସେ ପୋଖରାନ୍‌ ଟେଷ୍ଟର ନେତୃତ୍ୱ ନେଇଥିଲେ।ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଦେଶର ଅଭିବୃଦ୍ଧି କରିଥାନ୍ତି। ସେମାନଙ୍କୁ ସମ୍ମାନିତ କରିବା ପାଇଁ ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସ ପାଳନ କରାଯାଇଥାଏ। ପୋଖରାନ୍‌ ଆଣବିକ ପରୀକ୍ଷଣ ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀ ଘୋଷଣା କରିଥିଲେ ଆଣବିକ କ୍ଲବରେ ଭାରତୀୟମାନେ ଯୋଗଦେଇଛନ୍ତି। ପ୍ରତିବର୍ଷ ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସରେ ଏକ ନୂତନ ଥିମ୍‌ ଘୋଷଣା କରିଥାଏ। ଚଳିତ ୨୦୨୩ ବର୍ଷ ପାଇଁ ଏହି ଦିବସର ଥିମ୍‌ ହେଉଛି ସ୍କୁଲ୍‌ରୁ ଷ୍ଟାର୍ଟଅପ୍‌ ନବସୃଜନ ପାଇଁ ଯୁବ ମାନସିକତାକୁ ପ୍ରୋତ୍ସାହିତ କରିବା ଆବଶ୍ୟକ(ସ୍କୁଲ ଟୁ ଷ୍ଟାର୍ଟ ଅପ୍ସ- ଇଗ୍ନାଇଟ୍‌ ୟଙ୍ଗ ମାଇଣ୍ଡ୍‌ସ ଟୁ ଇନୋଭେଟ)।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri