ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୋଲିସ, ଅଗ୍ନିଶମ ବିଭାଗ ଓ ଓଡ୍ରାଫ୍‌ ଟିମ୍‌ ପହଞ୍ଚି ନିଖୋଜ ଯୁବକଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

ନିଖୋଜ ଯୁବକଙ୍କ ନାମ ଝାଡ଼ଖଣ୍ଡ ବୋଲି ଜଣାପଡ଼ିଥିବା ବେଳେ ତାଙ୍କ ବୟସ ପ୍ରାୟ ୪୫ ବର୍ଷ। ସେ ଜଗଦା ଟୁଙ୍ଗରିଟୋଲା ବସ୍ତିର ବାସିନ୍ଦା ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ଶନିବାର ସକାଳ ପ୍ରାୟ ୯ଟା ସମୟରେ ଝାଡ଼ଖଣ୍ଡ ଉକ୍ତ ପରିତ୍ୟକ୍ତ ଖାଦାନ ନିକଟକୁ ଯାଇଥିଲେ। ପରେ ସେ ଖାଦାନରେ ଡେଇଁ ପଡ଼ିଥିବା ଦେଖି କେତେକ ଲୋକ ତାଙ୍କୁ ଗାଧୋଉଥିବା ଅନୁମାନ କରିଥିଲେ। ତେବେ ପ୍ରାୟ ଘଣ୍ଟାଏ ବିତିଯାଇଥିଲେ ମଧ୍ୟ ସେ ଖାଦାନରୁ ବାହାରକୁ ନ ଆସିବାରୁ ସ୍ଥାନୀୟ ଲୋକଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଥିଲା।

ପରେ ସ୍ଥାନୀୟ ଲୋକେ ଏନେଇ ପୋଲିସକୁ ସୂଚନା ଦେଇଥିଲେ। ଖବର ପାଇ ଝିରପାଣି ପୋଲିସ ସହ ଅଗ୍ନିଶମ ବିଭାଗ ଓ ଓଡ୍ରାଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଖାଦାନରେ ଖୋଜାଖୋଜି ଆରମ୍ଭ କରିଛନ୍ତି। ଖାଦାନ କୂଳରେ ନିଖୋଜ ଯୁବକଙ୍କ ଚପଲ ଓ ଲୁଙ୍ଗି ପଡ଼ିଥିବା ଦେଖିବାକୁ ମିଳିଛି।

ଖାଦାନଟି ପରିତ୍ୟକ୍ତ ହୋଇଥିବାରୁ ଏଥିରେ ଗଭୀର ପାଣି ରହିଥିବା ଜଣାପଡ଼ିଛି। ନିଖୋଜ ଯୁବକଙ୍କ ସନ୍ଧାନ ପାଇଁ ଉଦ୍ଧାରକାରୀ ଦଳ ପକ୍ଷରୁ ଅଭିଯାନ ଜାରି ରହିଛି। ଘଟଣାକୁ ନେଇ ଜଗଦା ଅଞ୍ଚଳରେ ଚିନ୍ତାର ପରିବେଶ ସୃଷ୍ଟି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri