ଯୁବକଙ୍କୁ ହତ୍ୟା ମାମଲା: ୫ ଅଭିଯୁକ୍ତ ଗିରଫ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ବରଗଡ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜମୁର୍ଡା ଗ୍ରାମର ପିଙ୍କୁ ଓରଫ ସୁଧାଂଶୁ ପ୍ରଧାନ(୨୫)ଙ୍କୁ ପିଟିପିଟି ହତ୍ୟା ମାମଲାରେ ପୋଲିସ ୫ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ, ଜମୁର୍ଡା ଗ୍ରାମର ସଞ୍ଜୀବ ପ୍ରଧାନ(୩୭), ବାଙ୍କ ପାଣ୍ଡେ(୩୫), ଗଣେଶ ସାହୁ(୧୯), ଲବରୁ ବରିହା(୪୦) ଏବଂ ମେଲଛାମୁଣ୍ଡା ଥାନା ଟେମେରପଦର ଗ୍ରାମର କୈଲାସ ଭୁଏ(୩୨) । ସେମାନଙ୍କୁ ଗୁରୁବାର ସନ୍ଧ୍ୟାରେ ବରଗଡ଼ କୋର୍ଟକୁ ଚାଲାଣ କରାଯାଇଛି। ଏ ନେଇ ମୃତ ପିଙ୍କୁଙ୍କ ବଡଭାଇ ମନୋଜଙ୍କ ଏତଲାକ୍ରମେ ପୋଲିସ ଏକ ମାମଲା (ନଂ-୬୩/୨୫) ରୁଜୁ କରିଛି।

ତେବେ ମୃତକଙ୍କ ବଡ଼ଭାଇଙ୍କ ଏତଲାକ୍ରମେ ଉପରୋକ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ଅଧିକ ତଦନ୍ତ ଚାଲିଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ କହିଛି।
ସୂଚନା ଅନୁଯାୟୀ, ଗତ ୧୪ତାରିଖରୁ ଗିରଫ ଅଭିଯୁକ୍ତ ସଞ୍ଜୀବ ଏବଂ ଅନ୍ୟ ୪ଅଭିଯୁକ୍ତ ମୃତ ଯୁବକ ପିଙ୍କୁଙ୍କୁ ଘରୁ ଡାକି ନେଇ ବଲାଙ୍ଗୀର ଜିଲାରେ ହୋଇଥିବା ଏକ କାର୍ଯ୍ୟକ୍ରମକୁ ଯାଇଥିଲେ। ସେଠାରୁ ସେମାନେ ମଙ୍ଗଳବାର ବିଳମ୍ବିତ ରାତିରେ ଗ୍ରାମକୁ ପହଞ୍ଚି ଥିଲେ। ହେଲେ ମୃତ ଯୁବକ ପିଙ୍କୁ ତାଙ୍କ ଘରକୁ ଫେରି ନ ଥିଲେ। ଅନ୍ୟପକ୍ଷରେ ଅଭିଯୁକ୍ତ ସଞ୍ଜୀବ ମୃତ ଯୁବକ ପିଙ୍କୁ ଗୁରୁତର ଅବସ୍ଥାରେ ଗ୍ରାମର ଉପରପଡାରେ ରହିଥିବା ଏକ ଗାଡିରେ ପଡ଼ି ରହିଛନ୍ତି ବୋଲି ବୁଧବାର ସକାଳେ ମୃତକଙ୍କ ସମ୍ପର୍କୀୟଙ୍କୁ ଖବର ଦେଇଥିଲେ । ପରିବାର ଓ ସମ୍ପର୍କୀୟ ଲୋକେ ସେଠାକୁ ପହଞ୍ଚିଥିଲେ ଏବଂ ସେଠାରେ ପିଙ୍କୁଙ୍କ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ। ଶରୀରର ଛାତି ସମେତ ବିଭିନ୍ନ ସ୍ଥାନରେ ମାଡ ଦାଗ ରହିଥିବା ମଧ୍ୟ ସେମାନେ ଦେଖିବାକୁ ପାଇଥିଲେ। ଏ ନେଇ ସୂଚନା ଦେବା ପରେ ବରଗ ଏସଡିପିଓ ପଦାରବିନ୍ଦ ତ୍ରିପାଠୀ, ଗ୍ରାମାଞ୍ଚଳ ଥାନା ଆଇଆଇସି ଶର୍ମିଷ୍ଠା ପ୍ରଧାନ ପ୍ରମୁଖ ଅନୁସନ୍ଧାନୀ କୁକୁର ସହିତ ଜମୁର୍ଡା ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri