ନଦୀବନ୍ଧରେ ଯୁବକଙ୍କୁ ହତ୍ୟା

ପାଟକୁରା,୮ା୫(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ଅଧୀନ ବେଡାରୀ ପଞ୍ଚାୟତ ହରିଦାସପୁର ନଦୀବନ୍ଧରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ହରିଦାସପୁର ଗ୍ରାମର ଜ୍ୟୋତିପ୍ରକାଶ ପରିଡ଼ା(୧୮)। ଜ୍ୟୋତିପ୍ରକାଶ ହରିଦାସପୁର ଚିତ୍ରୋତ୍ପଳା ମହୋତ୍ସବରୁ ବିଳମ୍ବିତ ରାତିରେ ଘରକୁ ଫେରୁଥିବାବେଳେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ପ୍ରାୟ ୨୦ଜଣ ଯୁବକ ତାଙ୍କୁ ମିଳିତ ଭାବେ ଛୁରାମାଡ଼ ସହିତ ବିଭିନ୍ନ ମାରଣାସ୍ତ୍ରରେ ହତ୍ୟା କରି ରାସ୍ତାପାର୍ଶ୍ୱରେ ଫୋପାଡ଼ି ଦେଇଥିଲେ। ଜ୍ୟୋତିପ୍ରକାଶଙ୍କୁ ଆକ୍ରମଣ କରୁଥିବା ଦେଖି ଉକ୍ତ ଗ୍ରାମର କାମାକ୍ଷା ପ୍ରସାଦ ରାଉତରାୟ ଏହାର ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ଯୁବକମାନେ ଆକ୍ରମଣ କରିବାକୁ ପଛାଇ ନ ଥିଲେ। କାମାକ୍ଷା ଗୁରୁତର ଅବସ୍ଥାରେ କେନ୍ଦ୍ରାପଡ଼ା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।
ଜ୍ୟୋତିପ୍ରକାଶଙ୍କ ବଡଭାଇ ରଶ୍ମିରଞ୍ଜନ ପରିଡ଼ାଙ୍କ ଅଭିଯୋଗକ୍ରମେ ପାଟକୁରା ଥାନାରେ ଏକ ମାମଲା(ନଂ.୭୧/୨୫) ରୁଜୁ କରାଯାଇଛି। ଥାନା ଭାରପ୍ରାପ୍ତ ଅଧିକାରୀ ମହମ୍ମଦ ଜାମସେଦ ସଦଳବଳ ଚଢ଼ାଉ କରି ୫ଜଣକୁ ଥାନାରେ ଅଟକ ରଖି ପଚରାଉଚରା କରୁଛନ୍ତି। ଏସ୍‌ପି ସିଦ୍ଧାର୍ଥ କାଟରିଆ ଏବଂ ଏସ୍‌ଡିପିଓ ଜ୍ୟୋତି ରଞ୍ଜନ ଗୌଡ଼ ସାଇଣ୍ଟିଫିକ ଟିମ୍‌ ସହ ଘଟଣାସ୍ଥଳରେ ତଦନ୍ତ କରି ଫେରିଛନ୍ତି। ଏହି ଘଟଣାରେ ୩ଟି ପୋଲିସ ଟିମ୍‌ ଗଠନ କରାଯାଇ ସମସ୍ତ ଅଭିଯୁକ୍ତଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଏସ୍‌ପି କାଟରିଆ ଖବରଦାତାଙ୍କୁ ସୂଚନା ଦେଇଛନ୍ତି। ତେବେ ଗାଡ଼ି ସାଇଡ୍‌ ମରାକୁ କେନ୍ଦ୍ରକରି ଅଭିଯୁକ୍ତମାନଙ୍କ ସହ ଜ୍ୟୋତିପ୍ରକାଶଙ୍କ ବଚସା ହୋଇଥିଲା। ଏହାକୁ କେନ୍ଦ୍ରକରି ଏଭଳି ଦୁଃଖଦ ଘଟଣା ଘଟିଛି ବୋଲି ଥାନା ଭାରପ୍ରାପ୍ତ ଅଧିକାରୀ ସୂଚନା ଦେଇଛନ୍ତି l ଅଧିକ ତଦନ୍ତ ହେଲେ ପ୍ରକୃତ କାରଣ ଜଣାପଡ଼ବ ବୋଲି ପୋଲିସ କହିଛି l ବୁଧବାର ସାରେ ଜ୍ୟୋତିପ୍ରକାଶଙ୍କ ମରଶରୀରକୁ ଅନ୍ତିମ ସଂସ୍କାର କରାଯାଇଛି। ଏହାକୁ ନେଇ ହରିଦାସପୁର ଗ୍ରାମରେ ଚାପା ଉତ୍ତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri