ଗୁଣି ସନ୍ଦେହରେ ଯୁବକଙ୍କୁ ହତ୍ୟା: ମାଟିତଳୁ ମିଳିଲା ମୃତଦେହ

ମୋହନା,୭ା୮(ମନ୍ମଥ ମିଶ୍ର): ପୁଣି ମୋହନା ବ୍ଲକରେ ଗୁଣି ସନ୍ଦେହରେ ହତ୍ୟା l ଜିରାଙ୍ଗ ପଞ୍ଚାୟତ କମଳାପୁର ଗାଁର କରୁଣାକର ଦଳାଇ(୩୦)ଙ୍କୁ କୁସୁମପୁର ଗାଁର କେତେଜଣ ଯୁବକ ମିଶି ହତ୍ୟା କରିବା ପରେ ପୋତି ଦେଇଥିବା ନେଇ ପରିବାର ଲୋକେ ମୋହନା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏହାକୁ ଗୁରୁତର ସହ ନେଇ ଘଟଣାର ତଦନ୍ତ କରି ଏଥିରେ ସମ୍ପୃକ୍ତ ୯ ଜଣଙ୍କୁ ଗିରଫ କରିଛି। ପରେ ଅଭିଯୁକ୍ତଙ୍କୁ ଘଟଣାସ୍ଥଳକୁ ନେଇ ମାଟିତଳୁ ପୋତାଯାଇଥିବା ମୃତଦେହ ଜବତ କରିଛି।

ଗିରଫ ଅଭିଯୁକ୍ତମାନେ ହେଲେ ଲକ୍ଷ୍ମଣ ମଳିକ, କିଶୋର ମଳିକ, ବନମାଳି ମଳିକ, ମୋହନ ମଳିକ, କାଳିଆ ମଳିକ, ସନ୍ତୋଷ ମଳିକ, ଚୈତନ୍ୟ ମଳିକ, ତୁମ୍ବନାଥ ମଳିକ ଓ ଦାମୋଦର ମଳିକ। ନିକଟରେ ଗୁଣି ଗାରେଡି ସନ୍ଦେହରେ ବ୍ଲକରେ ଏକ ହତ୍ୟା ଘଟଣା ଘଟିଥିବା ବେଳେ ପୁଣି ଏକ ଏପରି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ଖେଳାଇ ଦେଇଛି।

ଖବରରୁ ଜଣାପଡିଛି, କମଳାପୁର ଗାଁର କରୁଣାକର ଦଳାଇ ପ୍ରାୟ ୮ ମାସ ହେବ କୁସୁମପୁର ଗାଁରେ ରହି ଆସୁଥିଲେ। ଗାଁରେ ରହି ସେ କାହାର ସ୍ବାସ୍ଥ୍ୟ ଖରାପ ହେଲେ ତାଙ୍କ ନିକଟକୁ ଆସିଲେ ଲୋକଙ୍କୁ ଚେରମୂଳି ଔଷଧ ଦେଉଥିଲେ। କିଛି ଦିନ ତଳେ କୁସୁମପୁର ଗାଁର ଜଣେ ବ୍ୟକ୍ତିଙ୍କ ୧୨ ବର୍ଷର ପୁଅର ମୃତ୍ୟୁ ଘଟିଥିଲା। ଏଥିପାଇଁ ଗ୍ରାମବାସୀ କରୁଣାକର ହିଁ ଗୁଣି କରି ତାଙ୍କୁ ମାରିଦେଇଥିବା ସନ୍ଦେହ କରିଥିଲେ। ଏହାକୁ ନେଇ ଜୁଲାଇ ୨୮ରେ ଗ୍ରାମର କେତେଜଣ ବ୍ୟକ୍ତି ଅଙ୍ଗନଓ୍ବାଡି କେନ୍ଦ୍ରରେ କରୁଣାକରଙ୍କୁ ଅଟକ ରଖି ତାଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରିଥିଲେ। ପ୍ରବଳ ମାଡ଼ ମାରି ତାଙ୍କୁ ହତ୍ୟା କରିବା ପରେ ଗାଁ ନିକଟସ୍ଥ ଜଙ୍ଗଲରେ କରୁଣାକରଙ୍କୁ ପୋତି ଦେଇଥିବା ତାଙ୍କ ଭାଉଜ ସବିତା ଦଳାଇ ମୋହନା ଥାନାରେ ଲିଖିତ ଅଭିଯୋଗ କରିଥିଲେ।

ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ. ୧୧୮/୨୫) ରୁଜୁ କରି ଗାଁରେ ପହଞ୍ଚି ତନାଘନା କରି କରୁଣାକରଙ୍କୁ ହତ୍ୟା କରିଥିବା ଉପରୋକ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା। ଗୁରୁବାର ପୋଲସ ସାଇଣ୍ଟିଫିକ ଟିମ ଏବଂ ତହସିଲଦାର ଚକ୍ରଧର ପାଢ଼ୀଙ୍କ ଉପସ୍ଥିତିରେ ମାଟି ଖୋଳି ମୃତଦେହ ଜବତ କରାଯାଇଥିଲା। ପରେ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ପଠାଯାଇଥିବା ଜଣାପଡିଛି। ଗିରଫ ଅଭିଯୁକ୍ତମାନଙ୍କୁ ଶୁକ୍ରବାର କୋର୍ଟଚାଲାଣ କରାଯିବ ବୋଲି ଥାନା ଅଧିକାରୀ ବସନ୍ତ ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର…

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର…

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

କନ୍ୟା ରାଶିରେ ସୂର୍ଯ୍ୟଙ୍କ ଏଣ୍ଟ୍ରି: ମାସେ ଯାଏ ୫ ରାଶିଙ୍କୁ ଫାଇଦା ହିଁ ଫାଇଦା, ମାଲାମାଲ ହେବେ…

ନବଗ୍ରହଙ୍କ ମଧ୍ୟରେ ରାଜାର ପଦବୀ ପାଇଥିବା ସୂର୍ଯ୍ୟଦେବ ୧୭ ସେପ୍ଟେମ୍ୱରରେ ନିଜର ମିତ୍ର ଗ୍ରହ ବୁଧଙ୍କ ରାଶି କନ୍ୟାରେ ପ୍ରବେଶ କରିସାରିଛନ୍ତି। ସେ ୧୭ ଅକ୍ଟୋବର ୨୦୨୬…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?