Posted inଜାତୀୟ

ଜମ୍ମୁ-କଶ୍ମୀରର ବିକାଶ ପାଇଁ ଯୁବବର୍ଗଙ୍କୁ ସ୍ବଚ୍ଛତାକୁ ପ୍ରାଥମିକତା ଦେବାକୁ ପଡିବ : ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୩୦।୧୦ : ଭିଡିଓ କନଫରେନ୍ସ ମାଧ୍ୟମରେ ରବିବାର ଜମ୍ମୁ-କଶ୍ମୀର ରୋଜଗାର ମେଳାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରି କହିଛନ୍ତି ଯେ ଆଗାମୀ ଦିନରେ ଅନ୍ୟ ବିଭାଗରେ ୭୦୦ ରୁ ଅଧିକ ନିଯୁକ୍ତି ପତ୍ର ଦେବା ପାଇଁ ପ୍ରସ୍ତୁତି ଚାଲିଛି।

ଜମ୍ମୁ-କଶ୍ମୀରରେ ଭିତ୍ତିଭୂମି ବିକାଶ ହେଉଛି, ଯୋଗାଯୋଗ ବ୍ୟବସ୍ଥା ବୃଦ୍ଧି ପାଉଛି, ଏହା ଯୋଗୁ ପର୍ଯ୍ୟଟନ କ୍ଷେତ୍ର ମଜବୁତ ହେବାରେ ଲାଗିଛି। ଏଠାରେ ଥିବା ଲୋକମାନେ ସର୍ବଦା ସ୍ବଚ୍ଛତା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଆଜି ସରକାରୀ ସେବାରେ ଯୋଗ ଦେଉଥିବା ଯୁବବର୍ଗମାନଙ୍କୁ ସ୍ବଚ୍ଛତାକୁ ପ୍ରାଥମିକତା ଦେବାକୁ ପଡିବ।

ଆମକୁ ନୂତନ ଚିନ୍ତାଧାରା ସହିତ କାମ କରିବାକୁ ପଡିବ। ଜମ୍ମୁ-କଶ୍ମୀର ହେଉଛି ପ୍ରତ୍ୟେକ ହିନ୍ଦୁସ୍ଥାନୀଙ୍କ ଗର୍ବ। ଆମକୁ ଏହାକୁ ନୂତନ ଉଚ୍ଚତାକୁ ନେବାକୁ ପଡିବ। ସେଥିପାଇଁ ମିଳିତ ଭାବେ କାର୍ଯ୍ୟ କରିବା ଜରୁରୀ। ୨୦୧୯ ପରଠାରୁ ରାଜ୍ୟରେ ୩୦ ହଜାର ସରକାରୀ ପଦବୀରେ ନିଯୁକ୍ତି ଦିଆଯାଇଛି।

ସେଥିମଧ୍ୟରୁ ଗତ ବର୍ଷ ପ୍ରାୟ ୨୦ ହଜାର ଚାକିରି ଦିଆଯାଇଛି। ପୁରୁଣା ଆହ୍ବାନଗୁଡ଼ିକୁ ଛାଡି ନୂତନ ସମ୍ଭାବନାଗୁଡ଼ିକର ଲାଭ ନେବା ପାଇଁ ବର୍ତ୍ତମାନ ସମୟ। ଆମର ଯୁବବର୍ଗ ହିଁ ଜମ୍ମୁ-କଶ୍ମୀରରେ ବିକାଶର ଏକ ନୂଆ କାହାଣୀ ଲେଖିବେ। ଆଜି ଏହି ଏଠାରେ ରୋଜଗାର ମେଳାର ଆୟୋଜନ ଅତ୍ୟନ୍ତ ସ୍ବତନ୍ତ୍ର ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ଏକବିଂଶ ଶତାବ୍ଦୀର ଏହି ଦଶନ୍ଧି ହେଉଛି ଜମ୍ମୁ-କଶ୍ମୀର ଇତିହାସରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦଶନ୍ଧି । ଜମ୍ମୁ-କଶ୍ମୀରର ୨୦ ଟି ବିଭିନ୍ନ ସ୍ଥାନରେ ସରକାରୀ କାର୍ଯ୍ୟ କରିବାକୁ ୩ ହଜାର ଯୁବବର୍ଗଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ନିଯୁକ୍ତି ପତ୍ର ପାଇଥିବା ସମସ୍ତ ଯୁବବର୍ଗଙ୍କୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri