Posted inଜାତୀୟ

ଜମ୍ମୁ-କଶ୍ମୀରର ବିକାଶ ପାଇଁ ଯୁବବର୍ଗଙ୍କୁ ସ୍ବଚ୍ଛତାକୁ ପ୍ରାଥମିକତା ଦେବାକୁ ପଡିବ : ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୩୦।୧୦ : ଭିଡିଓ କନଫରେନ୍ସ ମାଧ୍ୟମରେ ରବିବାର ଜମ୍ମୁ-କଶ୍ମୀର ରୋଜଗାର ମେଳାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରି କହିଛନ୍ତି ଯେ ଆଗାମୀ ଦିନରେ ଅନ୍ୟ ବିଭାଗରେ ୭୦୦ ରୁ ଅଧିକ ନିଯୁକ୍ତି ପତ୍ର ଦେବା ପାଇଁ ପ୍ରସ୍ତୁତି ଚାଲିଛି।

ଜମ୍ମୁ-କଶ୍ମୀରରେ ଭିତ୍ତିଭୂମି ବିକାଶ ହେଉଛି, ଯୋଗାଯୋଗ ବ୍ୟବସ୍ଥା ବୃଦ୍ଧି ପାଉଛି, ଏହା ଯୋଗୁ ପର୍ଯ୍ୟଟନ କ୍ଷେତ୍ର ମଜବୁତ ହେବାରେ ଲାଗିଛି। ଏଠାରେ ଥିବା ଲୋକମାନେ ସର୍ବଦା ସ୍ବଚ୍ଛତା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଆଜି ସରକାରୀ ସେବାରେ ଯୋଗ ଦେଉଥିବା ଯୁବବର୍ଗମାନଙ୍କୁ ସ୍ବଚ୍ଛତାକୁ ପ୍ରାଥମିକତା ଦେବାକୁ ପଡିବ।

ଆମକୁ ନୂତନ ଚିନ୍ତାଧାରା ସହିତ କାମ କରିବାକୁ ପଡିବ। ଜମ୍ମୁ-କଶ୍ମୀର ହେଉଛି ପ୍ରତ୍ୟେକ ହିନ୍ଦୁସ୍ଥାନୀଙ୍କ ଗର୍ବ। ଆମକୁ ଏହାକୁ ନୂତନ ଉଚ୍ଚତାକୁ ନେବାକୁ ପଡିବ। ସେଥିପାଇଁ ମିଳିତ ଭାବେ କାର୍ଯ୍ୟ କରିବା ଜରୁରୀ। ୨୦୧୯ ପରଠାରୁ ରାଜ୍ୟରେ ୩୦ ହଜାର ସରକାରୀ ପଦବୀରେ ନିଯୁକ୍ତି ଦିଆଯାଇଛି।

ସେଥିମଧ୍ୟରୁ ଗତ ବର୍ଷ ପ୍ରାୟ ୨୦ ହଜାର ଚାକିରି ଦିଆଯାଇଛି। ପୁରୁଣା ଆହ୍ବାନଗୁଡ଼ିକୁ ଛାଡି ନୂତନ ସମ୍ଭାବନାଗୁଡ଼ିକର ଲାଭ ନେବା ପାଇଁ ବର୍ତ୍ତମାନ ସମୟ। ଆମର ଯୁବବର୍ଗ ହିଁ ଜମ୍ମୁ-କଶ୍ମୀରରେ ବିକାଶର ଏକ ନୂଆ କାହାଣୀ ଲେଖିବେ। ଆଜି ଏହି ଏଠାରେ ରୋଜଗାର ମେଳାର ଆୟୋଜନ ଅତ୍ୟନ୍ତ ସ୍ବତନ୍ତ୍ର ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ଏକବିଂଶ ଶତାବ୍ଦୀର ଏହି ଦଶନ୍ଧି ହେଉଛି ଜମ୍ମୁ-କଶ୍ମୀର ଇତିହାସରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦଶନ୍ଧି । ଜମ୍ମୁ-କଶ୍ମୀରର ୨୦ ଟି ବିଭିନ୍ନ ସ୍ଥାନରେ ସରକାରୀ କାର୍ଯ୍ୟ କରିବାକୁ ୩ ହଜାର ଯୁବବର୍ଗଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ନିଯୁକ୍ତି ପତ୍ର ପାଇଥିବା ସମସ୍ତ ଯୁବବର୍ଗଙ୍କୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri