‘ଯୁବବର୍ଗ ଉଦ୍ୟୋଗ କ୍ଷେତ୍ରରେ ନେତୃତ୍ବ ନେବା ଆବଶ୍ୟକ’

ଭୁବନେଶ୍ୱର, ୧୯।୧୨: ରାଜ୍ୟରେ ଯୁବ ଉଦ୍ୟୋଗୀ ସୃଷ୍ଟି କରିବା ସାଙ୍ଗକୁ ନୂଆ ନୂଆ ଶିଳ୍ପ ସଂସ୍ଥା ପ୍ରତିଷ୍ଠା କରି ଉଭୟ ବେକାରି ଦୂରୀକରଣ ଓ ଅର୍ଥନୈତିକ ବିକାଶ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ଷ୍ଟାର୍ଟ ଅପ୍‌ ଓଡ଼ିଶା କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଏପରିକି ସ୍ଥାନୀୟ ଚନ୍ଦକା ଶିଳ୍ପାଞ୍ଚଳସ୍ଥିତ ଓ-ହବ୍‌ଠାରେ ଷ୍ଟାର୍ଟଅପ୍‌ ଓଡ଼ିଶାର ଏକ ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରାଯାଇଛି। ଏହି ଅବସରରେ ଶିଳ୍ପ ଓ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ପ୍ରତାପ କେଶରୀ ଦେବ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କହିଥିଲେ ଯେ, ଉଦ୍ୟୋଗ କ୍ଷେତ୍ରରେ ଓଡ଼ିଶାକୁ ଭାରତ ମାନଚିତ୍ରରେ ପ୍ରତିଷ୍ଠିତ କରିବାକୁ ହେଲେ ଯୁବବର୍ଗ ଆଗେଇ ଆସିବାକୁ ହେବ। ଏପରିକି ଯୁବବର୍ଗ ତାଙ୍କର ସୃଜନଶୀଳ ପ୍ରତିଭା ଏବଂ ବୁଦ୍ଧିମତ୍ତାକୁ ପ୍ରୟୋଗ କରି ଉଦ୍ୟୋଗୀ ହେବା ଆବଶ୍ୟକ ବୋଲି ସେ କହିଥିଲେ ା ଏହି ଅବସରରେ ଷ୍ଟାର୍ଟଅପ୍‌ ଓଡ଼ିଶାର ନିର୍ବାହୀ ଅଧ୍ୟକ୍ଷ ଡ. ଓମ୍‌କାର ରାଏ ରାଜ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦକ୍ଷ ନେତୃତ୍ବରେ ଆଜି ଷ୍ଟାର୍ଟଅପ୍‌ ଓଡ଼ିଶା ରାଜ୍ୟରେ ଏକ ପ୍ରମୁଖ ଇନକ୍ୟୁବେଟର ପ୍ରତିଷ୍ଠା କରିବା ସହ ଏକ ଉତ୍ତମ ଷ୍ଟାର୍ଟଅପ୍‌ ପରିମଣ୍ଡଳ ସୃଷ୍ଟି ହୋଇ ପାରିଥିବା କହିଥିଲେ।

ବର୍ତ୍ତମାନ ରାଜ୍ୟରେ ୧୪୫୦ଟି ଷ୍ଟାର୍ଟଅପ୍‌ ବିଭିନ୍ନ କ୍ଷେତ୍ରରେ ହୋଇପାରିଥିବା ବେଳେ ୨୫ଟି ଇନକ୍ୟୁବେଟର ପ୍ରତିଷ୍ଠା ହୋଇ ବିଭିନ୍ନ ପ୍ରକାରର ଉତ୍ପାଦ ତିଆରି କରି ପାରୁଥିବା ସେ ମତପ୍ରକାଶ କରିଥିଲେ ା ଅନ୍ୟତମ ଅତିଥି ଭାବେ ଯୋଗଦେଇ ଏମ୍‌ଏସ୍‌ଏମ୍‌ଇ ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର କହିଥିଲେ ଯେ ଷ୍ଟାର୍ଟଅପ୍‌ର ବିକାଶ ପାଇଁ ରାଜ୍ୟ ସରକାର ସବୁ ପ୍ରକାର ସାହାଯ୍ୟ ଦେବାକୁ ପ୍ରସ୍ତୁତ ା ଆଗକୁ ଏକ ସ୍ବଚ୍ଛ ନୀତି ପ୍ରଣୟନ କରାଯିବ, ଯାହା ଏହି ଉଦ୍ୟମକୁ ତ୍ବରିତ ଭାବେ ଷ୍ଟାର୍ଟଅପ୍‌ ସୁସ୍ଥ ପରିମଣ୍ଡଳ ସୃଷ୍ଟି କରିପାରିବ ବୋଲି ସେ କହିଥିଲେ ା ଏହି ପରିପ୍ରେକ୍ଷୀରେ ଓ-ହବ୍‌ ବୁକ୍‌ଲେଟ୍‌ ଉନ୍ମୋଚନ କରାଯାଇଥିଲା ା ଉକ୍ତ ବୁକ୍‌ଲେଟ୍‌ରେ ବିଭିନ୍ନ କାର୍ଯ୍ୟକ୍ରମର ସଫଳ କାହାଣୀ ସହ ଓ-ହବ୍‌ ଦ୍ବାରା କରାଯାଇଥିବା କାର୍ଯ୍ୟଗୁଡ଼ିକ ବିସ୍ତୃତ ଭାବେ ବ୍ୟାଖ୍ୟା କରାଯାଇଛି ା ଏଥିସହିତ ମେଣ୍ଟର କନେକ୍ଟ ପ୍ଲାଟ୍‌ଫର୍ମର ଶୁଭାରମ୍ଭ କରାଯାଇଥିଲା ା ଫଳରେ ବିଶେଷଜ୍ଞମାନଙ୍କ ଦ୍ବାରା ଉପଯୁକ୍ତ ସହଯୋଗ ମିଳିପାରିବ ା ପରେ ଅତିଥିମାନେ ଉପସ୍ଥିତ ଷ୍ଟାର୍ଟଅପ୍‌, ଉଦ୍ୟୋଗୀ ଏବଂ ଇନକ୍ୟୁବେଟରମାନଙ୍କ ସହ ମତ ବିନିମୟ କରିଥିଲେ ା ଯୁବ ଉଦ୍ୟୋଗୀମାନଙ୍କୁ ତାଙ୍କର ସୃଜନଶୀଳତାର ପରିପ୍ରକାଶ କରିବା, ଯୁବବର୍ଗଙ୍କୁ ସ୍ବାବଲମ୍ବୀ କରାଇବା ଏବଂ ନୂତନ ଜ୍ଞାନକୌଶଳ ପ୍ରୟୋଗରେ ନୂଆ ଉପକରଣ ବିକଶିତ କରିବା ଆଦି ଲକ୍ଷ୍ୟ ରଖି ରାଜ୍ୟ ସରକାର ଭୁବନେଶ୍ବରଠାରେ ଏକ ବିଶ୍ୱସ୍ତରୀୟ ଭିତ୍ତିଭୂମିର ବିକାଶ କରୁଛନ୍ତି ା ଗତବର୍ଷ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ-ହବ୍‌ର ଶୁଭ ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri