Posted inଜାତୀୟ

ନୂପୁର ଶର୍ମାଙ୍କ ସମର୍ଥନରେ ପୋଷ୍ଟ କରିବା ପଡ଼ିଲା ମହଙ୍ଗା

ଭୋପାଳ,୧୫।୭: ମଧ୍ୟପ୍ରଦେଶର ସେହୋରରେ ନୂପୁର ଶର୍ମାଙ୍କ ସମର୍ଥନରେ ପୋଷ୍ଟ କରିଥିବାରୁ ଜଣେ ଯୁବକଙ୍କୁ ହତ୍ୟା ଧମକ ମିଳିଛି। ଏହି ଘଟଣା ସାମ୍ନାକୁ ଆସିବା ପରେ କୋତୱାଲୀ ପୋଲିସ ୫ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି। ଅନ୍ୟପଟେ ଏହି ମାମଲା ସର୍ବସମ୍ମୁଖକୁ ଆସିବା ମାତ୍ରେ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର କହିଛନ୍ତି, ମଧ୍ୟପ୍ରଦେଶର ଶାନ୍ତି ଭଙ୍ଗ କରିବାକୁ କାହାକୁ ଅନୁମତି ଦିଆଯିବ ନାହିଁ। ରାଜ୍ୟର ପରିବେଶ ଯେପରି ଖରାପ ନ ହୁଏ ତା’କୁ ଦୃଷ୍ଟିରେ ରଖି ସମସ୍ତ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି ବୋଲି ଗୃହମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ଜୁନ ୧୧ ରେ ସେହୋରର ସ୍ଥିତ ଗଣେଶ ମନ୍ଦିର ନିକଟରେ ବସବାସ କରୁଥିବା ରୋହିତ ସାଲଭି ସୋସିଆଲ ମିଡିଆରେ ନୂପୁର ଶର୍ମା ହ୍ୟାସଟ୍ୟାଗ ସହିତ ଏକ ପୋଷ୍ଟ କରିଥିଲେ। ଏହାପରେ କିଛି ଦୁର୍ବୃତ୍ତ ତାଙ୍କ ଘରକୁ ଆସି ତାଙ୍କୁ ମାରପିଟ୍‌ କରିଥିଲେ। ସେମାନେ ପଡ଼ୋଶୀଙ୍କୁ ରୋହିତ ବୋଲି କହି ଦୁର୍ବ୍ୟବହାର କରି ହତ୍ୟା କରିବେ ବୋଲି ଧମକ ଦେଇଥିଲେ। ରୋହିତ ଘରକୁ ଆସିବା ପରେ ତାଙ୍କ ପଡ଼ୋଶୀ ଏହି ସବୁ ବିଷୟରେ ଅବଗତ କରାଇଥିଲେ। ଏହାପରେ ଉକ୍ତ ଦୁର୍ବୃତ୍ତମାନେ ତାଙ୍କ ଘରକୁ ଆସି ରୋହିତଙ୍କୁ ଧମକ ହତ୍ୟା ଧମକ ଦେଇଥିଲେ। ଏନେଇ ରୋହିତ କୋତୱାଲି ପୋଲିସରେ ଅଭିଯୋଗ କରିଥିଲେ। ପୋଲିସ ଅଭିଯୁକ୍ତକୁ ଚିହ୍ନଟ କରି ସାହିଲ ଏବଂ ଅନ୍ୟ ଚାରିଜଣଙ୍କ ବିରୋଧରେ ଧାରା ୨୯୪, ୫୦୬,୩୪ ଅନୁଯାୟୀ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri