ରାଜଧାନୀରେ ଯୁବକଙ୍କ ଉନ୍ମତ୍ତକାଣ୍ଡ: ସ୍କୁଟି ଆଗକୁ ଡେଇଁ ମାଡ଼ ମାରିଲେ, ତଣ୍ଟି ଚିପିଦେଲେ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜଧାନୀରେ ସୋମବାର ଜଣେ ଯୁବକଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଛି। ଯୁବକ ଜଣକ ରାସ୍ତାରେ ଲୋକଙ୍କୁ ଆକ୍ରମଣ କରିବା ସହ ପୋଲିସ ଶିବିରକୁ ମଧ୍ୟ ଭଙ୍ଗାରୁଜା କରିଛନ୍ତି। ତେବେ ପୋଲିସ ତାଙ୍କ କବଳରୁ ଜଣେ ଯୁବତୀଙ୍କୁ ବଞ୍ଚାଇବା ସହ ଦୀର୍ଘସମୟ ପରେ ତାଙ୍କୁ କାବୁ କରିଛି। ଏଥିରେ ଜଣେ ପୋଲିସ କର୍ମଚାରୀ ଆହତ ହୋଇଥିବାବେଳେ ଲୋକଙ୍କ ମାଡ଼ରେ ଯୁବକ ଜଣକ ମଧ୍ୟ ଲହୁଲୁହାଣ ହୋଇଛନ୍ତି। ଅସଦାଚରଣର ଶିକାର ଯୁବତୀ ଜଣକ ଖାରବେଳନଗର ଥାନାରେ ଅଭିଯୋଗ କରିଛନ୍ତି।
ପୋଲିସ ସୂଚନା ଅନୁଯାୟୀ, ଯୁବକ ଜଣକ ଲୋୟର ପିଏମ୍‌ଜି ରାସ୍ତାରେ ଠିଆ ହୋଇ ଗାଡ଼ିରେ ଯାଉଥିବା ଲୋକଙ୍କୁ ଅଟକାଇ ହଇରାଣ କରୁଥିଲେ। ଏହି ସମୟରେ ଜଣେ ଯୁବତୀ ସ୍କୁଟିରେ ଯାଉଥିବାବେଳେ ଉକ୍ତ ଯୁବକଙ୍କ ହାବୁଡ଼ରେ ପଡ଼ିଥିଲେ। ଯୁବକ ଜଣକ ହଠାତ୍‌ ତାଙ୍କ ଗାଡ଼ି ଆଗକୁ ଡେଇଁ ଆକ୍ରମଣ କରିବା ସହ ଚୁନିରେ ତାଙ୍କ ବେକକୁ ଚିପି ଧରିଥିଲେ। ଏହାଦେଖି ସେହିବାଟ ଦେଇ ଯାଉଥିବା ଲୋକେ ସେଠାରେ ପହଞ୍ଚତ୍ ଯୁବତୀଙ୍କୁ ଉଦ୍ଧାର ପାଇଁ ଚେଷ୍ଟା କରିଥିଲେ। ହେଲେ ଏମାନଙ୍କୁ ଦେଖି ଯୁବକ ଜଣକ ଆହୁରି ଭୟଙ୍କର ହୋଇଯାଇଥିଲେ। ଇତିମଧ୍ୟରେ ନିକଟ କ୍ୟାମ୍ପ୍‌ରେ କାର୍ଯ୍ୟରତ ପୋଲିସ ସେଠାରେ ପହଞ୍ଚତ୍ ସମ୍ପୃକ୍ତ ଯୁବତୀଙ୍କୁ ଉଦ୍ଧାର କରିଥିଲେ। ହେଲେ ଯୁବକଙ୍କୁ କାବୁ କରିବାକୁ ଯିବାବେଳେ ସେ ବାଡ଼ି ଧରି ପୋଲିସ ଓ ଲୋକଙ୍କୁ ଗୋଡ଼ାଇଥିଲେ। ବହୁ ସମୟ ଧରି ଛକାପଞ୍ଝା ପରେ ଶେଷରେ ତାଙ୍କୁ କାବୁ କରିବାକୁ ନାକେଦମ୍‌ ହେବାକୁ ପଡିଥିଲା। ଏହି ସମୟରେ ଉତ୍ତ୍ୟକ୍ତ ଲୋକେ ତାଙ୍କୁ ଉତ୍ତମ ମଧ୍ୟମ ଦେଇ ରାଗ ଶୁଝାଇଥିଲେ। ପୋଲିସ ଲୋକଙ୍କ କବଳରୁ ତାଙ୍କୁ ଉଦ୍ଧାର କରି କ୍ୟାମ୍ପ୍‌କୁ ନେଇଥିଲା। ହେଲେ ସେଠାରେ ଯୁବକ ଜଣକ ଉଲଗ୍ନ ହୋଇ ଭଙ୍ଗାରୁଜା କରିବା ସହ ଆକ୍ରମଣ କରିଥିଲେ। ବହୁ କଷ୍ଟରେ ତାଙ୍କୁ କାବୁ କରି ପଚରାଉଚରାବେଳେ ସେ ମାନସିକ ବିକାରଗ୍ରସ୍ତ ଥିବା ଓ ଜଣେ ସରକାରୀ କର୍ମଚାରୀଙ୍କ ପୁଅ ବୋଲି ଜଣାପଡିଥିଲା। ପରେ ପୋଲିସ ତାଙ୍କୁ ପରିବାର ଜିମା ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri