‘ଯୁବା ସଂଗମ ଭାରତର ଭାବନାକୁ ଦୃଢ଼ୀଭୂତ କରିବ’

ଭୁବନେଶ୍ବର, ୭ା୨(ବ୍ୟୁରୋ):ଉତ୍ତର-ପୂର୍ବ ଏବଂ ଭାରତର ଅନ୍ୟାନ୍ୟ ଅଞ୍ଚଳ ମଧ୍ୟରେ ସମ୍ପର୍କକୁ ସୁଦୃଢ଼ କରିବା ଦିଗରେ ‘ଯୁବା ସଂଗମ’ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଅନନ୍ୟ ପଦକ୍ଷେପ। ‘ଯୁବା ସଂଗମ’ ଭଳି ଅଭିନବ ପଦକ୍ଷେପ ଅମୃତ କାଳରେ ‘ଭାରତର ଭାବନା’କୁ ଦୃଢ଼ୀଭୂତ କରିବ ବୋଲି ସୋମବାର ନୂଆଦିଲ୍ଲୀ ଠାରେ ଏହି ପୋର୍ଟାଲର ଶୁଭାରମ୍ଭ କରିବା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଧର୍ମେନ୍ଦ୍ର କହିଛନ୍ତି ଯେ, ଏକ ଭାରତ, ଶ୍ରେଷ୍ଠ ଭାରତ ବିଚାର ଆଧାରରେ ଯୁବା ସଂଗମ ଲୋକଙ୍କ ମଧ୍ୟରେ ସମ୍ପର୍କକୁ ମଜଭୁତ କରିବ। ଉତ୍ତର-ପୂର୍ବ ରାଜ୍ୟ ସମୂହର ଗୌରବମୟ ସଂସ୍କୃତିର ପ୍ରଚାର ପ୍ରସାର କରିବ ଏବଂ ବିଶେଷ ଭାବେ ଯୁବପିଢ଼ିଙ୍କ ମଧ୍ୟରେ ଜ୍ଞାନର ଆଦାନପ୍ରଦାନ ଦ୍ୱାରା ଅନେକ ସୁଯୋଗ ଓ ସମ୍ଭାବନା ଉତ୍ପନ୍ନ ହେବ। ଯୁବା ସଂଗମ ଦେଶର ବିବିଧତାକୁ ପାଳନ କରିବାର ଏକ ଅବସର। ଏହା ସମସ୍ତଙ୍କୁ ଏକତା ସୂତ୍ରରେ ବାନ୍ଧିବ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କଳ୍ପନା କରାଯାଇଥିବା ଭାରତର ଗଣତାନ୍ତ୍ରିକ ଶକ୍ତି ପ୍ରଦର୍ଶନ କରିବ। ଉତ୍ତର-ପୂର୍ବାଞ୍ଚଳର ସଂସ୍କୃତି ସହ ଯୋଡି ହେବା ପାଇଁ ଯୁବା ସଂଗମ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କଳ୍ପନା କରାଯାଇଛି। ପର୍ଯ୍ୟଟନ, ପରମ୍ପରା, ପ୍ରଗତି, ଉଦ୍ୟୋଗିକୀ, ପାରସ୍ପରିକ ସମ୍ପର୍କ ସ୍ତମ୍ଭ ଆଧାରରେ ଏକତାର ଭାବନାକୁ ପାଳନ କରିବା ସହ ଦେଶର ଚିତ୍ରଣକୁ ପ୍ରଦର୍ଶନ କରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ କିରନ ରିଜିଜୁ, ଅନୁରାଗ ଠାକୁର, ଜି. କିଷାନ ରେଡ୍ଡୀ, ସୁବାସ ସରକାର ଓ ରାଜକୁମାର ରଞ୍ଜନ ସିଂହ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri