ଦିଗପହଣ୍ଡି,୨୮ା୪(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ୍ ଛଣମେରି ପଞ୍ଚାୟତ ପେଣ୍ଡୁରାଖାଳି ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରାପାତରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ବିଦେଶୀ ସେଠୀ। ବିଦେଶୀ ନିଜ ପରିବା ବାଡ଼କୁ ଯାଇଥିବା ବେଳେ ଅଚାନକ ଝଡବର୍ଷା ସହ ବଜ୍ରପାତ ହୋଇଥିଲା। ଘଟଣା ସ୍ଥଳରେ ବିଦେଶୀ ତଳେ ଟଳି ପଡିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।