ପୂର୍ବ ଶତ୍ରୁତା, ପଡୋଶୀଙ୍କ କାତି ଚୋଟରେ ଯୁବକ ଗୁରୁତର

ଦିଗପହଣ୍ଡି,୧୯।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁରରେ ଅଭାବନୀୟ ଘଟଣା । ବଡ଼ସାହିର ଦୀପକ ସେଠୀଙ୍କ କାତି ଚୋଟରେ ପଡୋଶୀ ଡି.ବିଜୟ(୪୫) ଗୁରୁତର ଆହତ ହୋଇଛନ୍ତି । ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ସାଢେ ୧୦ ଟାରେ ବିଜୟ ଗ୍ରାମ ନିକଟ କୁଟି ପୋଖରୀକୁ ଗାଧୋଇବା ପାଇଁ ଯାଉଥିଲେ । ଏହି ସମୟରେ ଘରର ସୀମା ସରହଦକୁ କେନ୍ଦ୍ରକରି ପୂର୍ବ ଶତ୍ରୁତା କାରଣରୁ ଦୀପକ ଏବଂ ମୁଖା ପିନ୍ଧିଥିବା ଅନ୍ୟ ୨ ସହଯୋଗୀ ତାଙ୍କୁ ଗାଳି କରି ପୋଖରୀ ହିଡରେ  ଅଟକାଇଥିଲେ।

ପ୍ରତିବାଦ କରିବାରୁ ଦୀପକ ଏକ କାତିରେ ତାଙ୍କ ବେକକୁ ଚୋଟ ପକାଇବା ବେଳେ ବିଜୟ ବାମହାତରେ ଅଟକାଇ ଦେବାରୁ ତାଙ୍କ ହାତରେ କାତି ଚୋଟ ବସିଥିଲା। ସେ ପ୍ରାଣ ଭୟରେ ପୋଖରୀ ପାଣି ଭିତରକୁ ଚାଲି ଯାଇଥିଲେ । ଦୀପକ ଓ ଅନ୍ୟ ୨ ଜଣ ଅଚିହ୍ନା ଯୁବକ ଦ୍ବୟ ତାଙ୍କୁ ଧମକ ଦେଇ ସେଠାରୁ ପଳାଇଥିଲେ । ବିଜୟ ଘରକୁ ଦୌଡ଼ି ଯାଇ ସ୍ତ୍ରୀ କମଳା ଏବଂ ପାଖ ପଡୋଶୀଙ୍କୁ ସବୁ କଥା କହିଥିଲେ।

ବିଜୟଙ୍କୁ ଗୁରୁତର ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଏନେଇ ବିଜୟଙ୍କ ସ୍ତ୍ରୀ କମଳା ଦିଗପହଣ୍ଡି ଥାନାରେ ଏତଲା ଦେଇଥିବା କହିଛନ୍ତି । ପୋଲିସ ମାମଲା ରୁଜୁ କିର ତଦନ୍ତ ଚଳାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri