ସଂଘବଦ୍ଧ ଆକ୍ରମଣରେ ଯୁବକ ଗୁରୁତର: ମାମଲା ରୁଜୁ କଲା ପୋଲିସ 

ଦିଗପହଣ୍ଡି,୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଡା ଗ୍ରାମର ଜି.ସଞ୍ଜୟ ରେଡ୍ଡୀଙ୍କୁ ତାଙ୍କ ପଡୋଶୀ ଜି. ଡୋରା ରେଡ୍ଡୀ ଓ ତାଙ୍କ ସମ୍ପର୍କୀୟ ମାନେ ସଂଘବଦ୍ଧ  ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।ସଞ୍ଜୟ ଏନେଇ ଏତଲା ଦେବାପରେ ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୧୩୧/୨୫ ଅନୁଯାୟୀ ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ଏସ.ଆଇ ସୋଫିଆ ମିଶ୍ରଙ୍କୁ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି।

ଶୁକ୍ରବାର ରାତି ପ୍ରାୟ ୮ ଟାରେ ସଞ୍ଜୟ ରାତ୍ରି ଭୋଜନ ସାରି ଘର ବାରଣ୍ଡାରେ ଶୋଇଥିବା ବେଳେ ପଡୋଶୀ ଡୋରା ରେଡ୍ଡୀ ନିଶାସକ୍ତ ଅବସ୍ଥାରେ ତାଙ୍କ ଛୋଟ ପୁଅ ପ୍ରତ୍ୟୁଷଙ୍କୁ ଘର ସମ୍ମୁଖରେ ମାଡ଼ ମାରିବାରୁ ସେ ବିକଳରେ କାନ୍ଦିଥିଲେ। କାନ୍ଦ ଶୁଣି ସଞ୍ଜୟ ଛଡ଼ାଇବାକୁ ଯିବାରୁ ଡୋରା ଏକ ଲୁହାଛଡ଼ରେ ସଞ୍ଜୟଙ୍କ ମୁଣ୍ଡକୁ ମାଡ଼ ମାରିଥିଲେ।

ସେ ତଳେ ପଡିଯିବାରୁ ଡୋରାଙ୍କ ଶ୍ଵଶୁର କେ. ଦେବରାଜ ରେଡ୍ଡୀ, ଡୋରାଙ୍କ ସ୍ତ୍ରୀ ଅପରାଜିତା ରେଡ୍ଡୀ ଠେଙ୍ଗା ଓ କାଠ ଫାଳିଆରେ ତାଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ସାହି ପଡୋଶୀ ଦୌଡ଼ି ଆସିବାରୁ ସେମାନେ ତାଙ୍କୁ ଧମକ ଦେଇ ସେଠାରୁ ପଳାଇଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଗୁରୁତର ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଚିକିତ୍ସା ହେବା ପରେ ଘଟଣାର ପରଦିନ ସଞ୍ଜୟ ଦିଗପହଣ୍ଡି ଥାନାରେ ପହଞ୍ଚି ଏତଲା ଦେଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଚୈତ୍ରପର୍ବର ଦ୍ୱିତୀୟ ମଙ୍ଗଳବାର, ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପୀଠରେ ଭକ୍ତଙ୍କ ଭିଡ଼

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ବିତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି: ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚଙ୍କ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri