ଯୁବପିଢ଼ି ଚାକିରି କରନ୍ତୁ, ମନା ନାହିଁ କିନ୍ତୁ ବାଣିଜ୍ୟ ବ୍ୟବସାୟ କରିବା ପାଇଁ ମଧ୍ୟ ଆଗଭର ହୁଅନ୍ତୁ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପାରାଦ୍ୱୀପ,୨୭।୧୧: ସୋମବାର ପାରାଦ୍ୱୀପ ପୋର୍ଟ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଆଜିର ଯୁବପିଢ଼ି ମାନଙ୍କୁ କିଛି ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି ଯେ, ଯୁବପିଢ଼ି ସେମାନଙ୍କର ଯୋଗ୍ୟତା ଅନୁସାରେ ଚାକିରିବାକିରି କରନ୍ତୁ, ମନା ନାହିଁ କିନ୍ତୁ ବାଣିଜ୍ୟ ବ୍ୟବସାୟ କରିବା ପାଇଁ ମଧ୍ୟ ଆଗଭର ହୁଅନ୍ତୁ। କଥାରେ ଅଛି, “ବାଣିଜ୍ୟେ ବସତେ ଲକ୍ଷ୍ମୀଃ” । ଯୁବପିଢ଼ି ନିଜ ରୁଚି ଅନୁସାରେ ନୂଆ ନୂଆ ଶିଳ୍ପ ପ୍ରତିଷ୍ଠାରେ ମଧ୍ୟ ମନୋନିବେଶ କରନ୍ତୁ । ଏହା ଦ୍ୱାରା ସେମାନେ ନିଜେ ଜୀବିକା ଅର୍ଜନ କରିବା ସହିତ ଅନ୍ୟମାନଙ୍କୁ ଜୀବିକା ପ୍ରଦାନ କରିପାରିବେ ବୋଲି ରାଷ୍ଟ୍ରପତି କହିଛନ୍ତି।

ରାଷ୍ଟ୍ରପତି ଏହା ମଧ୍ୟ କହିଛନ୍ତି ବର୍ତ୍ତମାନ ଆମ ଦେଶ ବନ୍ଦରର ବିକାଶରୁ ବନ୍ଦରର ନେତୃତ୍ୱରେ ବିକାଶ ଆଡକୁ ଅଗ୍ରସର ହେଉଛି । ଏହି ଦିଗରେ କେନ୍ଦ୍ର ସରକାରଙ୍କର ସାଗରମାଳା କାର୍ଯ୍ୟକ୍ରମ ଏକ ପ୍ରଶଂସନୀୟ ପଦକ୍ଷେପ । କେନ୍ଦ୍ର ସରକାର ପୋର୍ଟ୍‍ସ ଫର୍‍ ପ୍ରସପରିଟି ଏବଂ ପୋର୍ଟ୍‍ସ ଫର ପ୍ରୋଗ୍ରେସ୍‍ ଦିଗରେ କାର୍ଯ୍ୟ କରୁଛନ୍ତି । ତେବେ ବିଶ୍ୱସ୍ତରୀୟ ମାନଦଣ୍ଡକୁ ଦୃଷ୍ଟିରେ ରଖି ଭାରତର ବନ୍ଦର ଗୁଡ଼ିକ ଅଧିକ ଦକ୍ଷତାର ସହ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି । ବନ୍ଦର ଭିତ୍ତିଭୂମିକୁ ଆହୁରି ଦୃଢ଼ କରିବା ଦରକାର ବୋଲି ସେ କହିଛନ୍ତି ।

ଏହି କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଶ୍ରୀପଦ ୟେଶୋ ନାୟକ, ବିଶ୍ୱେଶ୍ୱର ଟୁଡୁ, ମନ୍ତ୍ରୀ ଟୁକୁନି ସାହୁ ଓ ଶାନ୍ତନୁ ଠାକୁର ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri