ଯୁବପିଢ଼ି ଚାକିରି କରନ୍ତୁ, ମନା ନାହିଁ କିନ୍ତୁ ବାଣିଜ୍ୟ ବ୍ୟବସାୟ କରିବା ପାଇଁ ମଧ୍ୟ ଆଗଭର ହୁଅନ୍ତୁ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପାରାଦ୍ୱୀପ,୨୭।୧୧: ସୋମବାର ପାରାଦ୍ୱୀପ ପୋର୍ଟ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଆଜିର ଯୁବପିଢ଼ି ମାନଙ୍କୁ କିଛି ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି ଯେ, ଯୁବପିଢ଼ି ସେମାନଙ୍କର ଯୋଗ୍ୟତା ଅନୁସାରେ ଚାକିରିବାକିରି କରନ୍ତୁ, ମନା ନାହିଁ କିନ୍ତୁ ବାଣିଜ୍ୟ ବ୍ୟବସାୟ କରିବା ପାଇଁ ମଧ୍ୟ ଆଗଭର ହୁଅନ୍ତୁ। କଥାରେ ଅଛି, “ବାଣିଜ୍ୟେ ବସତେ ଲକ୍ଷ୍ମୀଃ” । ଯୁବପିଢ଼ି ନିଜ ରୁଚି ଅନୁସାରେ ନୂଆ ନୂଆ ଶିଳ୍ପ ପ୍ରତିଷ୍ଠାରେ ମଧ୍ୟ ମନୋନିବେଶ କରନ୍ତୁ । ଏହା ଦ୍ୱାରା ସେମାନେ ନିଜେ ଜୀବିକା ଅର୍ଜନ କରିବା ସହିତ ଅନ୍ୟମାନଙ୍କୁ ଜୀବିକା ପ୍ରଦାନ କରିପାରିବେ ବୋଲି ରାଷ୍ଟ୍ରପତି କହିଛନ୍ତି।

ରାଷ୍ଟ୍ରପତି ଏହା ମଧ୍ୟ କହିଛନ୍ତି ବର୍ତ୍ତମାନ ଆମ ଦେଶ ବନ୍ଦରର ବିକାଶରୁ ବନ୍ଦରର ନେତୃତ୍ୱରେ ବିକାଶ ଆଡକୁ ଅଗ୍ରସର ହେଉଛି । ଏହି ଦିଗରେ କେନ୍ଦ୍ର ସରକାରଙ୍କର ସାଗରମାଳା କାର୍ଯ୍ୟକ୍ରମ ଏକ ପ୍ରଶଂସନୀୟ ପଦକ୍ଷେପ । କେନ୍ଦ୍ର ସରକାର ପୋର୍ଟ୍‍ସ ଫର୍‍ ପ୍ରସପରିଟି ଏବଂ ପୋର୍ଟ୍‍ସ ଫର ପ୍ରୋଗ୍ରେସ୍‍ ଦିଗରେ କାର୍ଯ୍ୟ କରୁଛନ୍ତି । ତେବେ ବିଶ୍ୱସ୍ତରୀୟ ମାନଦଣ୍ଡକୁ ଦୃଷ୍ଟିରେ ରଖି ଭାରତର ବନ୍ଦର ଗୁଡ଼ିକ ଅଧିକ ଦକ୍ଷତାର ସହ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି । ବନ୍ଦର ଭିତ୍ତିଭୂମିକୁ ଆହୁରି ଦୃଢ଼ କରିବା ଦରକାର ବୋଲି ସେ କହିଛନ୍ତି ।

ଏହି କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଶ୍ରୀପଦ ୟେଶୋ ନାୟକ, ବିଶ୍ୱେଶ୍ୱର ଟୁଡୁ, ମନ୍ତ୍ରୀ ଟୁକୁନି ସାହୁ ଓ ଶାନ୍ତନୁ ଠାକୁର ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri