ମନ୍ଦିର ବସି ଖାଉଥିଲେ ନିଶା: ବାରଣ କରିବାରୁ ଛୁରାମାଡ଼

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ସମେତ ଜିଲାରେ ନିଶା କାରବାର ବଢ଼ି ଚାଲିଛି। ନିଶାଖୋର୍‌ ଲୋକେ ମାରପିଟ୍‌ଠାରୁ ଆରମ୍ଭ କରି ହତ୍ୟାକାଣ୍ଡ ଭଳି ଅପରାଧ ଘଟାଉଥିବା ନଜିର ରହିଛି। ଗୁରୁବାର ସନ୍ଧ୍ୟାରେ ବରଗଡ଼ ସହରସ୍ଥିତ ହାଟପଦା ଶିବ ମନ୍ଦିର ନିକଟରେ ଏଭଳି ଏକ ଘଟଣା ଘଟିଛି। ନିଶାସକ୍ତ ଯୁବକଙ୍କ ଛୁରାମାଡ଼ରେ ସ୍ଥାନୀୟ ୱାର୍ଡ ନଂ.-୩ ରାଧାକୃଷ୍ଣ ମନ୍ଦିର ନିକଟରେ ରହୁଥିବା ବିଜୟ ଅଗ୍ରୱାଲ ଆହତ ହୋଇଛନ୍ତି।

ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସେ ଚିକିତ୍ସିତ ହେବା ସହିତ ସ୍ଥାନୀୟ ଟାଉନ ଥାନାରେ ଆକ୍ରମଣ ଘଟଣା ନେଇ ଏତଲା ଦେଇଛନ୍ତି। ସେହିପରି ସ୍ଥାନୀୟ ସଚେତନ ନାଗରିକବୃନ୍ଦ ବରଗଡ଼ ଏସ୍‌ଡିପିଓ ପଦାରବିନ୍ଦ ତ୍ରିପାଠୀଙ୍କୁ ଭେଟି ସହର ମଧ୍ୟରେ ଚାଲିଥିବା ନିଶା କାରବାର ବନ୍ଦ କରିବା ସହିତ ଆହତ ବିଜୟଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଦାବି କରିଥିଲେ।

ସୂଚନା ଅନୁଯାୟୀ, ବିଜୟ ହାଟପଦାସ୍ଥିତ ଶିବ ମନ୍ଦିରକୁ ଯାଉଥିଲେ। ସେହି ସମୟରେ ଶିବ ମନ୍ଦିର ଉପରେ ଅଭିଯୁକ୍ତମାନେ ନିଶାସକ୍ତ ଅବସ୍ଥାରେ ଥିବା ସେ ଦେଖିବାକୁ ପାଇଥିଲେ ଏବଂ ମନ୍ଦିରରୁ ଓହ୍ଲାଇବାକୁ କହିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ଅଭିଯୁକ୍ତ ଯୁବକମାନେ ପାଖରେ ରଖିଥିବା ଛୁରିରେ ତାଙ୍କୁ ଆକ୍ରମଣ କରି ଫେରାର ହୋଇଯାଇଥିଲେ। ଫଳରେ ବିଜୟ ଆହତ ହୋଇଥିଲେ। ସହର ମଧ୍ୟରେ ନିଶା କାରବାରରୁ ଏଭଳି ଅପରାଧକୁ ନେଇ ସହରବାସୀ ନିଜକୁ ସୁରକ୍ଷିତ ମଣୁ ନ ଥିବା ବେଳେ ବାରମ୍ବାର ଅଭିଯୋଗ ସତ୍ତ୍ୱେ ଏଥିପ୍ରତି ପୋଲିସ, ଅବକାରୀ ବିଭାଗ ହାତ ବାନ୍ଧି ବସିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri