ହୋଲିରେ ରକ୍ତ ରଞ୍ଜିତ ହେଲା ସମ୍ବଲପୁର: ଯୁବକଙ୍କୁ ଛୁରି ଭୁସି ହତ୍ୟା

ସମ୍ବଲପୁର,୧୫।୩(ପ୍ରମୋଦ ବହିଦାର): ପବିତ୍ର ରଙ୍ଗର ପର୍ବ ହୋଲିରେ ରକ୍ତ ରଞ୍ଜିତ ହୋଇଛି ସମ୍ବଲପୁର ସହର। ଟାଉନ ଥାନା ଅନ୍ତର୍ଗତ ସାହୁ କଲୋନୀରେ ସାମାନ୍ୟ କଥାରେ ବଚସା ଘଟି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ସାହୁଲ ସିଂହ(୨୫) ନାମକ ଜଣେ ଯୁବକ ସାହୁ କଲୋନୀର ଆଦିତ୍ୟ ସାଲେମା(୧୮)ଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସାହୁଲଙ୍କୁ ଗିରଫ କରି ତନାଘନା ଆରମ୍ଭ କରିଛି। ପୋଲିସ ଅଭିଯୁକ୍ତଙ୍କ ନିକଟରୁ ହତ୍ୟାକାଣ୍ଡରେ ବ୍ୟବହୃତ ଛୁଟିକୁ ଜବତ କରିଛି। ପୋଲିସ ଆଦିତ୍ୟଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ମିଳିଥିବା ସୂଚନା ମୁତାବକ, ସମ୍ବଲପୁରରେ ହୋଲି ପାଇଁ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ସେହିପରି ନିଜେ ଆରକ୍ଷୀ ଅଧିକ୍ଷକ ଓ ବରିଷ୍ଠ ପୋଲିସ ଅଧିକାରୀ ସହର ପରିକ୍ରମା କରି ସୁରକ୍ଷା ବ୍ୟବସ୍ଥା ତର୍ଜ୍ଜମା କରୁଥିଲେ। ଏପରିକି ଯେକୌଣସି ଅଘଟଣକୁ ରୋକିବା ପାଇଁ ଜିଲାର ସମସ୍ତ ଅଞ୍ଚଳର ଅଗ୍ନିଶମ ବାହିନୀ ସଜାଗ ରହିଥିଲା।

ସମଗ୍ର ସହରର ବିଭିନ୍ନ ସ୍ଥାନରେ ବେଶ ହର୍ଷ ଉଲ୍ଲାସ ତଥା ଶାନ୍ତି ଶୃଙ୍ଖଳାର ସହିତ ଶିଶୁରୁ ବୟସ୍କ ହୋଲି ଖେଳରେ ମଜ୍ଜି ରହିଥିଲେ। ସବୁ ଠିକ୍‌ଠାକ ଚାଲିଥିଲା। ହଠାତ ଅପରାହ୍ନ ପ୍ରାୟ ୩ଟାରେ ଟାଉନଥାନା ଅନ୍ତର୍ଗତ ସାହୁ କଲୋନୀରେ ସାମାନ୍ୟ କଥାକୁ ନେଇ ସାହୁଲ ଏବଂ ଆଦିତ୍ୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ସାହୁଲ ଧରିଥିବା ଏକ ଛୁରିରେ ଆଦିତ୍ୟଙ୍କୁ ଆକ୍ରମଣ କରିଥିଲେ। ଆକ୍ରମଣରେ ଆଦିତ୍ୟଙ୍କ ପିଠିରେ ଗଭୀର କ୍ଷତ ସୃଷ୍ଟି ହୋଇଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ପରେ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ଆନନ୍ଦପୁରରେ ପୁଣି ହାତୀ: ଫକୀରପୁର-ସିଙ୍ଗଡୋଭ ସୀମାରେ ଗତିବିଧି, ସତର୍କ ରହିବାକୁ …

ବଞ୍ଚୋ, ୧୪।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଫକୀରପୁର–ସିଙ୍ଗଡୋଭ ସୀମାନ୍ତ ଅଞ୍ଚଳରେ ପୁଣି ଏକ ହାତୀର ଗତିବିଧି ଦେଖାଯିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri