ମନ୍ଦିର ବସି ଖାଉଥିଲେ ନିଶା: ବାରଣ କରିବାରୁ ଛୁରାମାଡ଼

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ସମେତ ଜିଲାରେ ନିଶା କାରବାର ବଢ଼ି ଚାଲିଛି। ନିଶାଖୋର୍‌ ଲୋକେ ମାରପିଟ୍‌ଠାରୁ ଆରମ୍ଭ କରି ହତ୍ୟାକାଣ୍ଡ ଭଳି ଅପରାଧ ଘଟାଉଥିବା ନଜିର ରହିଛି। ଗୁରୁବାର ସନ୍ଧ୍ୟାରେ ବରଗଡ଼ ସହରସ୍ଥିତ ହାଟପଦା ଶିବ ମନ୍ଦିର ନିକଟରେ ଏଭଳି ଏକ ଘଟଣା ଘଟିଛି। ନିଶାସକ୍ତ ଯୁବକଙ୍କ ଛୁରାମାଡ଼ରେ ସ୍ଥାନୀୟ ୱାର୍ଡ ନଂ.-୩ ରାଧାକୃଷ୍ଣ ମନ୍ଦିର ନିକଟରେ ରହୁଥିବା ବିଜୟ ଅଗ୍ରୱାଲ ଆହତ ହୋଇଛନ୍ତି।

ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସେ ଚିକିତ୍ସିତ ହେବା ସହିତ ସ୍ଥାନୀୟ ଟାଉନ ଥାନାରେ ଆକ୍ରମଣ ଘଟଣା ନେଇ ଏତଲା ଦେଇଛନ୍ତି। ସେହିପରି ସ୍ଥାନୀୟ ସଚେତନ ନାଗରିକବୃନ୍ଦ ବରଗଡ଼ ଏସ୍‌ଡିପିଓ ପଦାରବିନ୍ଦ ତ୍ରିପାଠୀଙ୍କୁ ଭେଟି ସହର ମଧ୍ୟରେ ଚାଲିଥିବା ନିଶା କାରବାର ବନ୍ଦ କରିବା ସହିତ ଆହତ ବିଜୟଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଦାବି କରିଥିଲେ।

ସୂଚନା ଅନୁଯାୟୀ, ବିଜୟ ହାଟପଦାସ୍ଥିତ ଶିବ ମନ୍ଦିରକୁ ଯାଉଥିଲେ। ସେହି ସମୟରେ ଶିବ ମନ୍ଦିର ଉପରେ ଅଭିଯୁକ୍ତମାନେ ନିଶାସକ୍ତ ଅବସ୍ଥାରେ ଥିବା ସେ ଦେଖିବାକୁ ପାଇଥିଲେ ଏବଂ ମନ୍ଦିରରୁ ଓହ୍ଲାଇବାକୁ କହିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ଅଭିଯୁକ୍ତ ଯୁବକମାନେ ପାଖରେ ରଖିଥିବା ଛୁରିରେ ତାଙ୍କୁ ଆକ୍ରମଣ କରି ଫେରାର ହୋଇଯାଇଥିଲେ। ଫଳରେ ବିଜୟ ଆହତ ହୋଇଥିଲେ। ସହର ମଧ୍ୟରେ ନିଶା କାରବାରରୁ ଏଭଳି ଅପରାଧକୁ ନେଇ ସହରବାସୀ ନିଜକୁ ସୁରକ୍ଷିତ ମଣୁ ନ ଥିବା ବେଳେ ବାରମ୍ବାର ଅଭିଯୋଗ ସତ୍ତ୍ୱେ ଏଥିପ୍ରତି ପୋଲିସ, ଅବକାରୀ ବିଭାଗ ହାତ ବାନ୍ଧି ବସିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ATM ରୁ ଟଙ୍କା ସହ ନୂଆ ଡେବିଟ କାର୍ଡ ବି ମିଳିବ, ଜାଣନ୍ତୁ କେମିତି?

ନୂଆଦିଲ୍‌ଲୀ,୯।୯: ଯେତେବେଳେ କୌଣସି ବ୍ୟକ୍ତି ବ୍ୟାଙ୍କ ଖାତା ଖୋଲନ୍ତି, ତେବେ ତାହାର ୧ ସପ୍ତାହ ପରେ ଘରେ ଏଟିଏମ କାର୍ଡ (ଡେବିଟ କାର୍ଡ) ପହଞ୍ଚିଥାଏ। ତେବେ ନୂତନ…

KBC କୁ ବାଏ ବାଏ କରିବେ ଅମିତାଭ! କୋଟି କୋଟି ପ୍ରଶଂସକଙ୍କୁ ଝଟ୍‌କା…

ମୁମ୍ବାଇ: ହିନ୍ଦୀ ସିନେମାର ମହାନାୟକ ଅମିତାଭ ବଚ୍ଚନ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଦର୍ଶକଙ୍କ ମନୋରଞ୍ଜନ କରିଆସୁଛନ୍ତି। କେବଳ ଜଣେ ଅଭିନେତା ଭାବରେ ନୁହେଁ, ବରଂ…

ଗଣେଶ ପୂଜାକୁ ନେଇ ପୋଲିସର କଡ଼ା ଆଭିମୁଖ୍ୟ: ଡିଜେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ନିଷେଧ

ଗଞ୍ଜାମ,୯ା୯(ବିଦ୍ୟାଧର ସାହୁ): ଚଳିତ ମାସ ୧୪ରେ ପାଳିତ ହେବ ଅଗ୍ର୍ୟ ପୂଜ୍ୟ ମହାବିନାୟକ ଗଣେଶ ପୂଜା l ଚଳିତ ବର୍ଷ ଗଣେଶ ପୂଜା ନିମନ୍ତେ କଡା ଆଭିମୁଖ୍ୟ…

କଳାହାଣ୍ଡିରେ ନୂଆ ଡିଆଇପିଆର୍‌ଓଙ୍କ ଯୋଗଦାନ

ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ…

ଚାକିରିଆ କର୍ମଚାରୀଙ୍କ ପାଇଁ ଜରୁରୀ ଖବର, ଶୀଘ୍ର ଲିଙ୍କ୍‌ କରନ୍ତୁ ଆଧାରକାର୍ଡ ନହେଲେ…

ନୂଆଦିଲ୍ଲୀ,୯।୯: ଚାକିରିଆ କର୍ମଚାରୀ ଏବଂ ଇଏସଆଇସି (ESIC) ହିତାଧିକାରୀଙ୍କ ପାଇଁ ଏକ ଅତ୍ୟନ୍ତ ଜରୁରୀ ସୂଚନା ଆସିଛି। ଏବେ ସମସ୍ତ ଇଏସଆଇସି କାର୍ଡଧାରୀଙ୍କ ପାଇଁ ନିଜ ପରିଚୟ…

ରାସ୍ତାତଳକୁ ଖସିଲା ବସ୍‌, ଯାତ୍ରୀମାନେ ଭୟରେ ଚିତ୍କାର କରିବାରୁ…

ପଟ୍ଟାମୁଣ୍ଡାଇ,୯ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ନିକଟସ୍ଥ ଦୋଶିଆ କେନାଲ ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୪୨ ଜଣ ଯାତ୍ରୀଙ୍କୁ ନେଇ ଦ୍ରୁତଗତିରେ…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ୩ ଜୀବନ

ଗୁଣପୁର,୯ା୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ରାଗୟଡ଼ା ଜିଲା ପଦ୍ମପୁର ଥାନା ଗୁଲୁଗୁଡ଼ାର ତାରପାଗୁଡ଼ାରେ ଘଟିଛି ଅଘଟଣ। ପାଇଖାନା ଟାଙ୍କିକୁ ଜଣଙ୍କ ପରେ ଜଣେ ଓହ୍ଲାଇ ତିନି ଜଣ ଶାସରୁଦ୍ଧ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ, ହୋଇପାରନ୍ତି ଗିରଫ

କଟକ,୯ା୯(ପ୍ରଭୁକଲ୍ୟାଣ ପାଲ୍‌): ଗଜପତି ଜିଲା ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଆଇନଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri