ଯୁବକଙ୍କୁ ଛୁରାମାଡ଼ ଘଟଣା: ଜଣେ ଗିରଫ

ବଡ଼ବିଲ,୧୦ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ପୁରୁଣା ବସ୍‌ଷ୍ଟାଣ୍ଡରେ ଜଣେ ଯୁବକଙ୍କୁ ଗତ ମଙ୍ଗଳବାର ପୂର୍ବାହ୍ନରେ ଜଣେ ଦୁର୍ବୃତ୍ତ ଛୁରାମାଡ଼ କରି ଫେରାର ହୋଇଯାଇଥିଲେ। ଏହି ଘଟଣାରେ ଶନିବାର ପୋଲିସ ସଂପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଆଜାଦ ବସ୍ତି ଅଞ୍ଚଳର ଡାକା ଓରଫ ଏମ୍‌ଡି ଶେହଜାଦା। ଗିରଫ ଅଭିଯୁକ୍ତଙ୍କୁ ଶନିବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରାଯାଇଛି।

ସୂଚନାନୁଯାୟୀ, କେନ୍ଦୁଝର ଜିଲା ବଡ଼ବିଲ ପୁରୁଣା ବସଷ୍ଟାଣ୍ଡସ୍ଥିତ ଏକ ଚା’ ଦୋକାନରେ ମଙ୍ଗଳବାର ସକାଳେ ବଡ଼ବିଲ ନ୍ୟୁ ମାର୍କେଟ ଅଞ୍ଚଳର ଏମ୍‌ଡି ଆକବରଙ୍କ ପିଠି ପଟୁ ଛୁରାମାଡ଼ କରି ଡାକା ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ଆକବରଙ୍କୁ ବଡବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଏ ନେଇ ଆକବରଙ୍କ ଅଭିଯୋଗ ପରେ  ବଡ଼ବିଲ ପୋଲିସ କେସ୍‌ ନଂ ୨୯୯/୨୨ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ବୈତରଣୀ ନଦୀ ପାର୍‌ ହୋଇଆସିଲା ହାତୀ: ଲୋକେ ଭୟଭୀତ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ...

PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...

ସରକାରୀ ଜମିକୁ ଜବରଦଖଲ କଲା ଘରୋଇ ଶିକ୍ଷାନୁଷ୍ଠାନ: ତାତିଲେ ଗାଁ ଲୋକେ, ଦେଲେ ଏଭଳି ଚେତାବନୀ

ପାଟଣା,୨୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ମୂଷା ଖୋରି ଆରଆଇ ସର୍କଲ ଅନ୍ତର୍ଗତ ଭାଲୁଘର ମୌଜାର ହୁଡ଼ି ଓ ସରକାରୀ ଜମିକୁ ବିବେକାନନ୍ଦ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri