ଯୁବକଙ୍କୁ ଛୁରାମାଡ଼ ଘଟଣା: ଜଣେ ଗିରଫ

ବଡ଼ବିଲ,୧୦ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ପୁରୁଣା ବସ୍‌ଷ୍ଟାଣ୍ଡରେ ଜଣେ ଯୁବକଙ୍କୁ ଗତ ମଙ୍ଗଳବାର ପୂର୍ବାହ୍ନରେ ଜଣେ ଦୁର୍ବୃତ୍ତ ଛୁରାମାଡ଼ କରି ଫେରାର ହୋଇଯାଇଥିଲେ। ଏହି ଘଟଣାରେ ଶନିବାର ପୋଲିସ ସଂପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଆଜାଦ ବସ୍ତି ଅଞ୍ଚଳର ଡାକା ଓରଫ ଏମ୍‌ଡି ଶେହଜାଦା। ଗିରଫ ଅଭିଯୁକ୍ତଙ୍କୁ ଶନିବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରାଯାଇଛି।

ସୂଚନାନୁଯାୟୀ, କେନ୍ଦୁଝର ଜିଲା ବଡ଼ବିଲ ପୁରୁଣା ବସଷ୍ଟାଣ୍ଡସ୍ଥିତ ଏକ ଚା’ ଦୋକାନରେ ମଙ୍ଗଳବାର ସକାଳେ ବଡ଼ବିଲ ନ୍ୟୁ ମାର୍କେଟ ଅଞ୍ଚଳର ଏମ୍‌ଡି ଆକବରଙ୍କ ପିଠି ପଟୁ ଛୁରାମାଡ଼ କରି ଡାକା ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ଆକବରଙ୍କୁ ବଡବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଏ ନେଇ ଆକବରଙ୍କ ଅଭିଯୋଗ ପରେ  ବଡ଼ବିଲ ପୋଲିସ କେସ୍‌ ନଂ ୨୯୯/୨୨ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri