ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା

ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି ରଥ (୩୧) କୈଣସି କାରଣକୁ ନିଜ ବାପା ରାମଚନ୍ଦ୍ରଙ୍କୁ ମାଡ଼ ମାରିବା ସହ ଛୁରିରେ ଆକ୍ରମଣ କରିଥିଲେ । ଗୁରୁତର ଅବସ୍ଥାରେ ରାମଚନ୍ଦ୍ରଙ୍କୁ ଗୋପ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସା ପରେ ସେ ଗୋପ ଥାନାରେ ଅଭିଯୋଗ କରିଥିଲେ।

ଗୋପ ଥାନା ଅଧିକାରୀ ଦୁର୍ଗାଚରଣ ମହାପାତ୍ରଙ୍କ ନେତୃତ୍ବରେ ଏକ ଟିମ୍ ଗଣେଶ୍ବରପୁର ଗ୍ରାମରେ ପହଞ୍ଚି ଥିଲା। ପୋଲିସକୁ ଯୁବକ ଜଣଙ୍କ ଦେଖି ଏକ କୋଠରୀ ମଧ୍ୟରେ ଗୋଟିଏ ଛୁରି ଧରି ରହିଥିଲା। ଗୋପ ଥାନାର କନଷ୍ଟେବଳ ଛୁପେଶ୍ବର ନାୟକ ସେହି କୋଠରୀ ମଧ୍ୟରେ ପଶିବା କ୍ଷଣି ଯୁବକ ଜଣଙ୍କ ତାଙ୍କୁ ହଠାତ୍ ଆକ୍ରମଣ କରିଥିଲା। ଛୁରି ମାଡରେ କନଷ୍ଟେବଳଙ୍କ ମୁହଁରେ ଆଘାତ ଲାଗିଥିଲା। ସଙ୍ଗେ ସଙ୍ଗେ ତାଙ୍କୁ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରା ଯାଇଥିଲା। ଦୀର୍ଘ ଦୁଇ ଘଣ୍ଟା ଧରି ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀମାନଙ୍କୁ ଛୁରି ଦେଖାଇ ଭୟଭୀତ କରୁଥିବା ଯୁବକକୁ କାବୁ କରାଯାଇ ପାରି ନ ଥିବା ଜଣାପଡିଛି । ହେଲେ କାବୁ କରିବାକୁ ଯାଇଥିବା ଗୋପ ଥାନାର ଏଏସ୍ଆଇ ଶିବରାମ ଶତପଥୀ, ରବିନ୍ଦ୍ର କୁମାର ସାମନ୍ତରାୟଙ୍କୁ ଯୁବକ ଜଣଙ୍କ ଆକ୍ରମଣ କରିଛନ୍ତି ।

ଛୁରି ମାଡରେ ଦୁଇ ପୋଲିସ ଅଫିସର ଆହତ ଅବସ୍ଥାରେ ଗୋପ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏବେ ସୁଦ୍ଧା ଯୁବକ ଜଣଙ୍କ ଛୁରୀ ଧରି ଘର ଭିତରେ ରହିଥିବା ବେଳେ ଶହଶହ ଲୋକ ଘଟଣା ସ୍ଥଳରେ ରହିଛନ୍ତି । ଖବର ଯିବା ପର୍ଯ୍ୟନ୍ତ ଯୁବକକୁ କାବୁ କରାଯାଇ ପାରିନାହିଁ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ବୁଧ-ମଙ୍ଗଳ ମିଳନରୁ ‘କେନ୍ଦ୍ର ଦୃଷ୍ଟି ରାଜଯୋଗ’; ମିଥୁନ ସମେତ ୪ ରାଶିଙ୍କ ରାତାରାତି ବଦଳିବ ଭାଗ୍ୟ, ପ୍ରଚୁର ଧନଲାଭ!

ଜ୍ୟୋତିଷ ଗଣନା ଅନୁଯାୟୀ, ଅକ୍ଟୋବର ୨ ତାରିଖରୁ କେନ୍ଦ୍ର ଦୃଷ୍ଟି ରାଜଯୋଗର ପ୍ରଭାବ ଦେଖିବାକୁ ମିଳିପାରେ। ଏହି ଯୋଗର ଶୁଭ ପ୍ରଭାବରୁ ୪ଟି ରାଶି ପାଇଁ ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?