ଯୁବକଙ୍କୁ ପଥରରେ ଛେଚି ହତ୍ୟା: ମୃତଦେହ ଜବତ

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ପାଟପୁର ଥାନା ସାମନ୍ତରାପୁର ଗ୍ରାମର ହୀନ ପାତ୍ରଙ୍କୁ ପଥର ଛେଚି ହତ୍ୟା କରାଯାଇଛି। ଶେରଗଡ଼ ବ୍ଲକ କାଳିଆଘାଇ ଗ୍ରାମ ଏବଂ ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମ ନିକଟ ଏକ କେନାଲ ବ୍ରିଜ ନିକଟରେ ପଡ଼ିଥିବା ହୀନଙ୍କ ମୃତଦେହକୁ ପାଟପୁର ପୋଲିସ ମଙ୍ଗଳବାର ସକାଳେ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା କୁ ପଠାଇଥିଲେ।ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।ହୀନ କୌଣସି କାମରେ ବାଇକ ଯୋଗେ ବ୍ରହ୍ମପୁର ଯାଇଥିଲେ।ସନ୍ଧ୍ୟା ସୁଦ୍ଧା ସେ ଘରକୁ ଫେରିନଥିଲେ। ତାଙ୍କ ମୋବାଇଲ କୁ ପରିବାର ଲୋକେ ଫୋନ କରିଥିଲେ।ସେ ରାତିରେ ଘରକୁ ଫେରିବି ବୋଲି କହିଥିଲେ।କିନ୍ତୁ ରାତିରେ ସେ ଘରକୁ ଫେରିନଥିଲେ। ମଙ୍ଗଳବାର ସକାଳୁ କିଛି ବ୍ୟକ୍ତି ହୀନ ଙ୍କ ମୃତଦେହ କେନାଲ ନିକଟରେ ପଡ଼ିଥିବା ସହ କିଛି ଦୂରରେ ତାଙ୍କ ବାଇକ ନଂ.(ଓଡ଼ି ୦୭ ଏ ଭି -୧୬୯୨) ବ୍ରିଜ ଉପରେ ଥିବା ଦେଖି ତାଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ।ପରିବାର ଲୋକେ କିଛି ଗ୍ରାମବାସୀ ଙ୍କ ସହ ଘଟଣାସ୍ଥଳରେ ପହଞ୍ଚି ପୋଲିସ କୁ ଖବର ଦେଇଥିଲେ।ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ସାଇଣ୍ଟିଫିକ ଟିମ ସହ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ସବିଶେଷ ତଦନ୍ତ କରିବା ସହ ବାଇକ କୁ ଜବତ କରି ଥାନା କୁ ନେଇଥିବା ଜଣାପଡିଛି। ଉକ୍ତ ବ୍ରିଜ ନିକଟରେ କିଛି ବ୍ୟକ୍ତି ବହୁବର୍ଷ ହେଲା ବେଆଇନ ଭାବେ ବେଧଡକ ଦେଶୀ ଓ ବିଦେଶୀ ମଦ ବିକ୍ରି କରୁଛନ୍ତି।ସେଠାରେ ମଦ୍ୟପାନ କରି ଅସାମାଜିକ ଯୁବକ ମାନେ ନିଶାସକ୍ତ ଭାବେ ରାସ୍ତାରେ ଚଳପ୍ରଚଳ କରୁଥିବା ଲୋକଙ୍କୁ ମାଡ଼ ମାରିବା ସହ ଛିନତାଇ କରୁଥିବା ଅଭିଯୋଗ ହୋଇଛି। ବ୍ୟବଚ୍ଛେଦ ରିପୋର୍ଟ ମିଳିବାପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?