କଟକରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା

କଟକ,୧୧ା୧(କାର୍ତ୍ତିକ ସାହୁ): ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରିବା ଭଳି ସଙ୍ଗୀନ ଅପରାଧିକ ଘଟଣା ବାଦାମବାଡ଼ି ଥାନା ଅଞ୍ଚଳରେ ଘଟିଛି। କାଠଯୋଡ଼ି ରିଂବନ୍ଧ ପାର୍ଶ୍ୱ ଖାନନଗର ଦୁର୍ଗା ମଣ୍ଡପ ନିକଟରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହକୁ ପୋଲିସ ରବିବାର ଉଦ୍ଧାର କରିଛି। ମୃତକ ଜଣକ ହେଲେ ପୁରୀଘାଟ ଥାନା ଅନ୍ତର୍ଗତ ହଜାରୀଲେନର ପପୁ ଓରଫ ପ୍ରକାଶ ଦାସ(୪୫)। ପଥରରେ ତାଙ୍କ ମୁଣ୍ଡକୁ ଛେଚି ହତ୍ୟା କରାଯାଇଥିବା ବାଦାମବାଡି ଥାନା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି।

ପୋଲିସ ମୃତଦେହ ଜବତ କରି ଏସ୍‌ସିବି ମେଡିକାଲକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇବା ସହ ଏକ ହତ୍ୟା ମାମଲା ରୁଜୁ କରିଛି। ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀ କୁକୁର ସାହାଯ୍ୟରେ ପୋଲିସ ତଥ୍ୟ ପ୍ରମାଣ ସଂଗ୍ରହ କରିଛି। ପୋଲିସ ତଦନ୍ତ ଆରମ୍ଭ କରି ହତ୍ୟାକାଣ୍ଡର କାରଣ ଜାଣିବାକୁ ପ୍ରୟାସ କରୁଛି।

ମିଳିଥିବା ସୂଚନା ମୁତାବକ, ଖାନନଗର ଦୁର୍ଗା ମଣ୍ଡପ ନିକଟସ୍ଥ ଏକ ହୋଟେଲ ସମ୍ମୁଖରେ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ରବିବାର ଦେଖିଥିଲେ। ସ୍ଥାନୀୟ ଲୋକେ ଏନେଇ ପୋଲିସକୁ ଖବର ଦେଇଥିଲେ। ସୂଚନା ପାଇବା ପରେ ବାଦାମବାଡ଼ି ଥାନା ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଥିଲା। ମୃତଦେହ ଯାଞ୍ଚ କରିବା ସମୟରେ ମୃତକଙ୍କ ମୁଣ୍ଡର ପଛ ପାର୍ଶ୍ୱକୁ ଶକ୍ତ ଆଘାତ ଲାଗିଥିବା ଦେଖିବାକୁ ମିଳିଥିଲା। ପାଖରେ ରକ୍ତ ଦାଗ ଲାଗିଥିବା ଏକ ପଥର ଖଣ୍ଡ ପଡ଼ିଥିଲା। ଉକ୍ତ ପଥରରେ ମୁଣ୍ଡକୁ ଛେଚି ପ୍ରକାଶଙ୍କୁ ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ପୋଲିସ ଆକଳନ କରିଛି।

ମୃତ ପ୍ରକାଶଙ୍କ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଚିହ୍ନଟ କରିଥିଲେ। ପ୍ରକାଶ ପ୍ରାୟ ୮ରୁ ୧୦ ବର୍ଷ ହେଲା ଘରୁ ଚାଲିଆସି ଅଲଗା ରହୁଥିବା ପରିବାର ଲୋକେ ପୋଲିସକୁ କହିଛନ୍ତି। ପ୍ରକାଶ ଅବିବାହିତ ଥିଲେ। ସେ ଖାନନଗର ରିଂବନ୍ଧ ରାସ୍ତାରେ ଜରିପାଲ ଟାଣି ଏକୁଟିଆ ରହୁଥିଲେ। ଖପୁରିଆସ୍ଥିତ ଜଣେ ବ୍ୟକ୍ତିଙ୍କ ମାଛ ଦୋକାନରେ ମାଛ କାଟିବା କାମ କରି ନିଜ ଗୁଜୁରାଣ ମେଣ୍ଟାଉଥିଲେ।

ଘରେ କାହାରି ସହିତ ତାଙ୍କର ମତଭେଦ ନ ଥିଲା ବୋଲି ପରିବାର ଲୋକେ ପୋଲିସକୁ କହିଛନ୍ତି। ଏନେଇ ମୃତ ପ୍ରକାଶଙ୍କ ପୁତୁରା ରାଜେଶ ଦାସ ଥାନାରେ ଏତଲା ଦେଇଛନ୍ତି। ଶନିବାର ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ସମ୍ଭବତଃ ନିଶା ସେବନକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥାଇ ପାରେ ବୋଲି ପୋଲିସ ସନ୍ଦେହ କରୁଛି।

ହତ୍ୟାକାରୀକୁ ଧରିବା ପାଇଁ ପୋଲିସ ସିସିଟିଭି ଫୁଟେଜ ଯାଞ୍ଚ କରୁଛି। ଘଟଣାସ୍ଥଳ ରିଂବନ୍ଧର ନିକଟତମ ଅଞ୍ଚଳରେ ସିସଟିଭି ନ ଥିବାରୁ ପୋଲିସ ତଦନ୍ତ ପାଇଁ କଷ୍ଟକର ହେଉଛି। ତେବେ ଅନ୍ୟାନ୍ୟ ଅତ୍ୟାଧୁନିକ ଜ୍ଞାନ କୌଶଳ, ଗୁପ୍ତଚର ଆଦି ଜରିଆରେ ପୋଲିସ ହତ୍ୟାକାରୀ ନିକଟରେ ପହଞ୍ଚିବାକୁ ଚେଷ୍ଟା କରୁଛି ବୋଲି ଆଇଆଇସି ଅଜୟ କୁମାର ରାଉତ ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri