ଶୋଇଥିବା ବେଳେ ଯୁବକଙ୍କୁ ପଥର ଛେଚି ହତ୍ୟା

କେନ୍ଦୁଝର,୫।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଅଞ୍ଜର ଗ୍ରାମର ଏକ ଘରୁ ପୋଲିସ ରବିବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଜବତ କରିଛି। ମୃତକ ହେଲେ ଅଞ୍ଜର ଗ୍ରାମର ଭାଗବତ ପଲେଇ(୩୫)। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ଯୁବକଙ୍କ ମା’ ଜେମା ପଲେଇଙ୍କ ପୁଅଙ୍କୁ ହତ୍ୟା କରାଯାଇଥିବା ନେଇ ଥାନାରେ ଏକ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ ହତ୍ୟା ମାମଲା ରୁଜୁ କରିଛି।

ଅଭିଯୋଗ ଅନୁଯାୟୀ, ଦୁଇ ଦିନ ତଳେ ଜେମା ତାଙ୍କ ନାତୁଣୀଙ୍କ ବିବାହ ଉତ୍ସବରେ ଯୋଗଦେବା ପାଇଁ ଅନ୍ୟ ଗ୍ରାମକୁ ଯାଇଥିଲେ । ଘରେ ତାଙ୍କର ଏକମାତ୍ର ପୁଅ ଭାଗବତ ରହୁଥିଲେ। ହେଲେ ଆଜି ସକାଳ ପ୍ରାୟ ୬ଟାରେ ଜେମା ଖବର ପାଇଥିଲେ ଯେ, ଶନିବାର ରାତିରେ କେତେଜଣ ଦୁର୍ବୃତ୍ତ ତାଙ୍କ ପୁଅଙ୍କୁ ମୁଣ୍ଡରେ ଆଘାତ କରି ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି।

ପରେ ସେ ଗାଁରେ ପହଞ୍ଚି ଘର ବାରଣ୍ଡାରେ ପୁଅର ମୃତଦେହ ପଡିଥିବା ବେଳେ ମୁଣ୍ଡରେ ଆଘାତ ଲାଗି ରକ୍ତସ୍ରାବ ହୋଇଥିବା ଦେଖିବାକୁ ପାଇଥିଲେ। ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଦୁର୍ବୃତ୍ତମାନେ ପୁଅଙ୍କୁ ହତ୍ୟା କରିଥିବା ସେ ଅଭିଯୋଗ ପତ୍ରରେ ଦର୍ଶାଇଛନ୍ତି। ପୋଲିସ ଏକ ମାମଲା(ନଂ. ୩୮୪/୨୦୨୬) ରୁଜୁ କରି ତଦନ୍ତ କରୁଥିବା ଥାନା ଅଧିକାରୀ ଅମିତ୍‌ କୁମାର ଭୂୟାଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?