ଆଜି ଯୁବ ସମ୍ମିଳନୀ: ସୋନୁ, ରିକି ମୁଖ୍ୟ ଆକର୍ଷଣ

ସାରା ବିଶ୍ୱ ପାଇଁ ଜଳବାୟୂ ପରିବର୍ତ୍ତନ ଏବେ ଆହ୍ବାନ ସୃଷ୍ଟି କରୁଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏକ୍ଷେତ୍ରରେ ସହଭାଗୀ କରାଇପାରିବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା ‘ୟୁଥ୍‌ କନ୍‌କ୍ଲେଭ୍‌’। ଚଳିତବର୍ଷର ପ୍ରସଙ୍ଗ ରହିଛି ‘କ୍ଲାଇମେଟ୍‌ ଚେଞ୍ଜ: ଦି ପାଥ୍‌ ଆହେଡ୍‌’। ରାଜ୍ୟର ଯୁବପିଢ଼ିଙ୍କ ମଧ୍ୟରେ ଜଳବାୟୂ ପରିବର୍ତ୍ତନ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସଚେତନତା କରିବା ପାଇଁ ଶୁକ୍ରବାର ‘ଯୁବ ସମ୍ମିଳନୀ’ର ତୃତୀୟ ସଂସ୍କରଣ ଅନୁଷ୍ଠିତ ହେବ। ‘ଧରିତ୍ରୀ’ର ୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ହେବାକୁ ଥିବା ଏହି ୟୁଥ୍‌ କନ୍‌କ୍ଲେଭ୍‌ରେ ରାଜ୍ୟ ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଯୁବ ପରିବେଶବିତ୍‌ମାନେ ଯୋଗଦେବେ। ଦୁଇଟି ଅଧିବେଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ପ୍ରଥମ ଅଧିବେଶନରେ ‘ଫରେଷ୍ଟ ମ୍ୟାନ୍‌ ଅଫ୍‌ ଇଣ୍ଡିଆ’ ବା ଭାରତର ଅରଣ୍ୟ ମାନବ ଭାବେ ପରିଚିତ ଯାଦବ ପାୟେଙ୍ଗ ଯୋଗଦେବେ। ଯାହାଙ୍କୁ ଶୁଣିବା ପାଇଁ ସମସ୍ତଙ୍କ ମଧ୍ୟରେ ଉତ୍ସାହ ରହିଛି। ଏଥିରେ ଯୁବ ପରିବେଶବିତ୍‌ ବିହାରର ସ୍ନେହା ଶାହି ଯୋଗଦେବେ। ଭାରତର ୧୭ଜଣ ୟୁଏନ୍‌ ୟଙ୍ଗ୍‌ କ୍ଲାଇମେଟ୍‌ ଚାମ୍ପିୟନଙ୍କ ମଧ୍ୟରେ ସ୍ନେହା ଅନ୍ୟତମ। ବର୍ତ୍ତମାନ ନଦୀର ପୁନରୁଦ୍ଧାର କରିବା ଲକ୍ଷ୍ୟ ନେଇ ସେ କାର୍ଯ୍ୟ କରୁଛନ୍ତି। ସେହିଭଳି ନଦୀ ପୁନରୁଦ୍ଧାର ଉପରେ କାର୍ଯ୍ୟ କରୁଥିବା ଯୁବ ପରିବେଶବିତ୍‌ ଅରୁଣ କ୍ରିଷ୍ଣମୂର୍ତ୍ତି ଯୋଗଦେବେ। ‘ଡାଉନ୍‌ ଟୁ ଆର୍ଥ’ ମାଗାଜିନ୍‌ର ପରିଚାଳନା ନିର୍ଦ୍ଦେଶକ ରିଚାର୍ଡ ମହାପାତ୍ର ଯୋଗଦେବେ। ପରିବେଶ ସମ୍ପର୍କିତ ଖବର ଲେଖି ଖାଲି ଯେ ଗଣମାଧ୍ୟମ କ୍ଷେତ୍ରରେ ନୁହେଁ ପାଠକଙ୍କ ମଧ୍ୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି।


ସୋନୁ, ରିକି ମୁଖ୍ୟ ଆକର୍ଷଣ
ପ୍ରଥମ ଅଧିବେଶନର ମୁଖ୍ୟ ଆକର୍ଷଣ ରହିବେ ଅଭିନେତା ତଥା ୟୁଥ୍‌ ଆଇକନ ସୋନୁ ସୁଦ୍‌। ପୂର୍ବରୁ ଲୋକମାନେ ତାଙ୍କୁ ଅଭିନେତା ଓ ଫିଲ୍ମ ପ୍ରଯୋଜକ ଭାବେ ଜାଣିଥିଲେ। ମାତ୍ର କୋଭିଡ୍‌ ପରେ ସେ ଲୋକଙ୍କ ପାଇଁ ଭଗବାନ୍‌ଙ୍କ ଦୂତ ସାଜିଥିଲେ। ଏପରି କି ଯୁବପିଢ଼ିଙ୍କ ପାଇଁ ଆଇକନ୍‌ ପାଲଟିଛନ୍ତି। ହିନ୍ଦୀ, ତେଲୁଗୁ, ତାମିଲ, କନ୍ନଡ଼ ଭଳି ଇଣ୍ଡଷ୍ଟ୍ରିରେ ତାଙ୍କ ଅଭିନୟ ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଛି। ନିକଟରେ ଏମ୍‌ଟିଭିରେ ଚାଲିଥିବା ରୋଡିଜ୍‌ ଶୋରେ ମୁଖ୍ୟ ବିଚାରକ ଭାବେ ମଧ୍ୟ ତାଙ୍କୁ ଦେଖିବାକୁ ମିଳିଥିଲା। ଖଳନାୟକ ଚରିତ୍ରରେ ଦର୍ଶକଙ୍କ ଲୋକପ୍ରିୟ ସାଜିଥିବା ସୋନୁ ସୁଦ୍‌ କୋଭିଡ୍‌ ସମୟରେ ତାଙ୍କ ସାହାଯ୍ୟ, ସହଯୋଗ ପାଇଁ ଅଧିକ ଚର୍ଚ୍ଚିତ ହୋଇଥିଲେ। ତେଣୁ ତାଙ୍କୁ ଏହି କାର୍ଯ୍ୟକ୍ରମରେ ଦେଖିବା ଓ ତାଙ୍କ ଠାରୁ କିଛି ପ୍ରେରଣାଦାୟୀ କଥା ଶୁଣିବା ପାଇଁ ସମସ୍ତେ ଉତ୍ସାହିତ ଅଛନ୍ତି। ସେହିଭଳି ଅପରାହ୍ନରେ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଭାରତୀୟ ମ୍ୟୁଜିକ୍‌ କମ୍ପୋଜର ରିକି କେଜ୍‌ ଯୋଗଦେବେ। ଜଣେ ପରିବେଶବିତ୍‌ ଭାବେ ମଧ୍ୟ ତାଙ୍କର ଆଉ ଏକ ପରିଚୟ ରହିଛି। ତିନିଥର ଗ୍ରାମୀ ଆୱାର୍ଡ ପାଇଥିବା ରିକି ତାଙ୍କ ସଙ୍ଗୀତରେ ପରିବେଶକୁ ସ୍ଥାନ ଦେଇଥାନ୍ତି। ନ୍ୟୁୟର୍କ, ଜେନେଭାସ୍ଥିତ ଜାତିସଂଘ କାର୍ଯ୍ୟାଳୟ ସମେତ ୩୦ ରାଷ୍ଟ୍ରରେ ସେ ସଙ୍ଗୀତ ପରିବେଷଣ କରି ବିଶ୍ୱବାସୀଙ୍କ ହୃଦୟ ଜିଣିଛନ୍ତି। ରିକିଙ୍କ ଲାଇଭ୍‌ କନସର୍ଟ ଦେଖିବା ପାଇଁ ସମସ୍ତେ ଅପେକ୍ଷା କରି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ…

ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ, ୫୫ ଲକ୍ଷର…

ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ  ଆତ୍ମସମର୍ପଣ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri