ପ୍ରେମ ବ୍ୟାପାରକୁ ନେଇ ଯୁବକଙ୍କୁ ହତ୍ୟା ସନ୍ଦେହ

ବ୍ରହ୍ମପୁର ଅଫିସ, ୧୩।୧୨: ଗଞ୍ଜାମ ଜିଲା ସଦର ଥାନା ପୋଲିସ ମଙ୍ଗଳବାର ସକାଳେ ବାଇଗଣବାଡି ନିକଟ ଏକ ରାସ୍ତାକଡରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ଯୁବକ ଜଣଙ୍କ ବଉଳଝୋଳି ଗ୍ରାମର ନିରଞ୍ଜନ ବିଷୋୟୀଙ୍କ ପୁଅ ଉମାଚରଣ ବିଷୋୟୀ (୨୬)। ଘଟଣାସ୍ଥଳରୁ ମୃତକଙ୍କ ବାଇକ୍‌ , ମୋବାଇଲ ଓ ଚପଲ ପୋଲିସ ଜବତ କରି ତଦନ୍ତ ଚଳାଇଛି। ପ୍ରାଥମିକ ତଦନ୍ତରୁ ବିଦ୍ୟୁତ୍‌ ଆଘାତରେ ଯୁବକଙ୍କ ମୃତ୍ୟ ଘଟିଥିବା ପୋଲିସ ସନ୍ଦେହ କରୁଛି। ମୃତଦେହ ଜବତ କରି ପୋଲିସ ୭୭/୨୨ ରେ ଏକ ମାମଲା ରୁଜୁ କରିଛି। ଅନ୍ୟପଟେ ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ପ୍ରେମ ସମ୍ପର୍କକୁ କେନ୍ଦ୍ରକରି ଯୁବକଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ନେଇ ଚର୍ଚ୍ଚା ଜୋର ଧରିଛି।

ସୂଚନାଯୋଗ୍ୟ, ଉମାଚରଣଙ୍କ ମୃତଦେହ ନୂଆ ବାଇଗଣବାଡି ନିକଟରେ ପଡିଥିବା ନେଇ ଏକ ଝିଅ ବାପା ନିରଞ୍ଜନଙ୍କୁ ସୋମବାର ବିଳମ୍ବିତ ରାତିରେ ଫୋନ କରି ଜଣାଇଥିଲେ।
ଏହାପରେ ନିରଞ୍ଜନ ତାଙ୍କର ଅନ୍ୟ ଏକ ପୁଅ ଧର୍ମ ବିଷୋୟୀ ଏବଂ କିଛି ସମ୍ପର୍କୀୟ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେମାନେ ଏନେଇ ସଦର ଥାନା ପୋଲିସକୁ ଖବର ଦେଇଥିଲେ। ପରେ ଉମାଚରଣଙ୍କୁ ଉଦ୍ଧାର କରି ଏମକେସିଜିରେ ଭର୍ତ୍ତି କରିଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପଟେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ଉମାଚରଣଙ୍କ ମୃତ୍ୟୁର ସଠିକ୍‌ କାରଣ ଜଣାପଡିବ ବୋଲି ସଦର ଥାନାଧିକାରୀ ମହେନ୍ଦ୍ର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ

ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍‌ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?