ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ ଗ୍ରାମର ଜଣେ ୩୫ ବର୍ଷୀୟ ଯୁବକ ନିଖୋଜ ହୋଇଯାଇଥିବା ଜଣାପଡ଼ିଛି। ନିଖୋଜ ଯୁବକ ଜଣକ ହେଉଛନ୍ତି ଅନିରୁଦ୍ଧ ବିଶ୍ୱାଳଙ୍କ ପୁଅ ଅନିର୍ବାଣ।

ମିଳିଥିବା ସୂଚନାନୁଯାୟୀ, ବୁଧବାର ଅନିର୍ବାଣ କୌଣସି କାମ ସାରି ବନ୍ୟାପାଣି ମଧ୍ୟ ଦେଇ ନିଜ ଘରକୁ ଫେରୁଥିଲେ। ମାତ୍ର ବନ୍ୟାଜଳର ପ୍ରବଳ ସ୍ରୋତ ଯୋଗୁ ସେ ଅସାବଧାନତା ବଶତଃ ପାଣିର ସ୍ରୋତରେ ଭାସିଯାଇଥିବା ସନ୍ଦେହ କରାଯାଉଛି। ବିଳମ୍ବିତ ରାତି ପର୍ଯ୍ୟନ୍ତ ସେ ଘରକୁ ନ ଫେରିବାରୁ ପରିବାର ଲୋକଙ୍କ ମଧ୍ୟରେ ବ୍ୟାକୁଳତା ପ୍ରକାଶ ପାଇଥିଲା। ପରିବାର ଲୋକେ ଓ ସ୍ଥାନୀୟ ଗ୍ରାମବାସୀ ବହୁ ସମୟ ଧରି ଆଖପାଖ ଅଞ୍ଚଳ ଓ ନିକଟସ୍ଥ ଜଳରାଶି ମଧ୍ୟରେ ଖୋଜାଖୋଜି କରିଥିଲେ। ସୁଦ୍ଧା ଅନିର୍ବାଣଙ୍କର କୌଣସି ସନ୍ଧାନ ପାଇ ନ ଥିଲେ। ଘଟଣା ସମ୍ପର୍କରେ ଖବର ପାଇ ଗୁରୁବାର ସକାଳେ ଚଉଦକୁଲାଟ ଫାଣ୍ଡି ଅଧିକାରୀ ନୃସିଂହ ଚରଣ ମହାନ୍ତି ତୁରନ୍ତ ନାହିଆ ଗ୍ରାମର ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ପରିସ୍ଥିତିର ଗାମ୍ଭୀର୍ଯ୍ୟକୁ ଦୃଷ୍ଟିରେ ରଖି ସେ ଆଶୁ ପଦକ୍ଷେପ ସ୍ବରୂପ ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମ୍‌ ତୁରନ୍ତ ଆଲର୍ଟ କରିଥିଲେ। ଖବର ପାଇ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ନିଖୋଜ ଯୁବକଙ୍କୁ ଉଦ୍ଧାର କରିବା ପାଇଁ ବ୍ୟାପକ ସର୍ଚ୍ଚ ଅପରେଶନ ଜାରି ରଖିଛନ୍ତି। ବୋଟ୍‌ ଓ ବୁଡ଼ାଳି ଦଳ ସାହାଯ୍ୟରେ ବନ୍ୟା ପ୍ରଭାବିତ ଜଳରାଶିରେ ଖୋଜାଖୋଜି କରାଯାଉଛି। ଏହି ଦୁର୍ଘଟଣା ପରେ ନାହିଆ ଗ୍ରାମ ଓ ଆଖପାଖ ପଞ୍ଚାୟତରେ ଗଭୀର ଶୋକ ଓ ଆଶଙ୍କାର ଛାୟା ଖେଳିଯାଇଛି। ଅନିର୍ବାଣଙ୍କ ପରିବାର ଲୋକେ ବର୍ତ୍ତମାନ ଭାଙ୍ଗିପଡ଼ିଥିବା ଖବର ଲେଖାଯିବା ପର୍ଯ୍ୟନ୍ତ ନିଖୋଜ ଯୁବକଙ୍କର କୌଣସି ପତ୍ତା ମିଳି ନ ଥିବାବେଳେ ଉଦ୍ଧାର କାର୍ଯ୍ୟ ଜୋର୍‌ଦାର ଚାଲିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?