ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ ମିଳିଲା ମୃତଦେହ ।

ସୂଚନା ଅନୁସାରେ, ଗତ ଶୁକ୍ରବାର ବିଲରୁ ଫେରୁଥିବା ବେଳେ ଗେଙ୍ଗୁଟି ନଦୀର ପ୍ରବଳ ବନ୍ୟା ସ୍ରୋତରେ ଭାସିଯାଇ ନିଖୋଜ ହୋଇଯାଇଥିଲେ । ନିଖୋଜର ୪ ଦିନ ପରେ ସୋମବାର ତାଙ୍କର ମୃତଦେହ ଉଦ୍ଧାର ହୋଇଛି । ୪ ଦିନ ଧରି ଓଡ୍ରାଫ ଟିମ୍ ଓ ସ୍ଥାନୀୟ ଲୋକ ନଦୀରେ ଖୋଜାଖୋଜି କରୁଥିଲେ । ସୋମବାର ଗେଙ୍ଗୁଟି ନଦୀରେ ଜଳସ୍ତର ହ୍ରାସ ପାଇବା ପରେ ଗଣେଶଙ୍କ ମୃତଦେହ ଘଟଣାସ୍ଥଳରୁ ପ୍ରାୟ ଦେଢ କିଲୋମିଟର ଦୂର କାଞ୍ଜିଆପାଳ ଗାଈଛନ୍ଧା ଚଟାଣ ଠାରୁ ଅନତି ଦୂରରେ ଏକ ଜଙ୍ଗଲିଆ ସ୍ଥାନରେ ପଡିଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ଖବରପାଇ ସେଠାରେ ଗ୍ରାମବାସୀ ଓ ପରିବାର ଲୋକ ପହଞ୍ଚି ମୃତଦେହ ଗଣେଶର ବୋଲି ଚିହ୍ନଟ କରିଥିଲେ । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଅନ୍ୟ ଗ୍ରହରେ ବସତି ସମସ୍ୟା, ବୈଜ୍ଞାନିକମାନେ ତାଲିକାଭୁକ୍ତ କରି…

ବୈଜ୍ଞାନିକମାନେ ଗ୍ରହମାନଙ୍କର ବାସ୍ତବିକ ରଙ୍ଗ ଭାବେ ତାଲିକାଭୁକ୍ତ କରିଛନ୍ତି। ଏହି ଅନୁସାରେ ବୁଧ: ଧୁସର, ଶୁକ୍ର : ହଳଦିଆ ସହ ଧଳା, ପୃଥିବୀ: ନୀଳ ସହ ଧଳା,…

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri