ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…

ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର ଅପରାହ୍ନରେ ତାଙ୍କ ମୃତଦେହ ଜବତ ହୋଇଛି। ସେ ହେଲେ ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗ୍ରାମର ପ୍ରବୀର କୁମାର ଦାସ (୩୨)। ମଙ୍ଗଳବାର ଅପରାହ୍ନରେ ତାଙ୍କ ମା’ଙ୍କର ଔଷଧ ଆଣିବା ପାଇଁ ପ୍ରବୀର ସିଂହପୁର ଯାଇ ସନ୍ଧ୍ୟା ପର୍ଯ୍ୟନ୍ତ ସେ ଘରକୁ ଫେରି ନ ଥିଲେ। ଘରଲୋକ ମାନପୁର ଘୋଷରା ନିକଟକୁ ଯାଇ ପ୍ରବୀରଙ୍କ ବାଇକ୍‌ ମାନପୁର -ଡ଼ିମିରିପାଳ ରାସ୍ତାର ମାନପୁର ଘୋଷରା ପୋଲ ନିକଟରେ ପଡ଼ିଥିବା ବେଳେ ତାଙ୍କୁ ପାଇ ନ ଥିଲେ। ପ୍ରବୀର ବନ୍ୟାସ୍ରୋତରେ ଭାସି ଯାଇଥିବା ସନ୍ଦେହକରି ପରିବାର ଲୋକ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀମାନେ ପହଞ୍ଚି ସେଠାରେ ରାତି ପର୍ଯ୍ୟନ୍ତ ଖୋଜାଖୋଜି କରି ଫେରି ଆସିଥିଲେ। ବୁଧବାର ସକାଳୁ ପୁଣି ଖୋଜାଖୋଜି ଜାରି ରଖିଥିବା ବେଳେ ତାଙ୍କ ମୃତଦେହ ଜବତ ହୋଇଥିଲା। ତାଙ୍କୁ ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ମୃତଦେହ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri