ପୋଲିସ ଆଗରେ ଥାନା ଭଙ୍ଗାରୁଜା କଲେ ଯୁବଗୋଷ୍ଠୀ

ବରଗଡ଼,୫।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନାରେ ରବିବାର ତୁମୁଳକାଣ୍ଡ ଘଟିଛି। ଶତାଧିକ ଲୋକେ ଅତର୍କିତ ଭାବେ ଥାନା ଭିତରେ ପଶି ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ଫଳରେ ଥାନାରେ ରହିଥିବା କମ୍ପୁଟର, ଚୌକି, ଟେବୁଲ ଆଦି ଭାଙ୍ଗି ଚୂରମାର୍‌ ହୋଇଯାଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ଥାନା ଭିତରେ ଏଭଳି ତୁମୁଳକାଣ୍ଡ ଚାଲିଥିବା ବେଳେ ସେଠାରେ ଉପସ୍ଥିତ ପୋଲିସ ନିୟନ୍ତ୍ରଣ କରି ନ ପାରି ନିରୂପାୟ ରହିଥିବା ସାଧାରଣରେ ଆଲୋଚିତ ହେଉଛି।

ତେବେ ଥାନା ଭିତରେ ଏଭଳି ଘଟଣାର କାରଣ ସ୍ପଷ୍ଟ ହୋଇ ନ ଥିବାବେଳେ ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ସମର୍ଥକମାନେ ଏଭଳି ତୁମୁଳକାଣ୍ଡ ଘଟାଇଥିବା ଚର୍ଚ୍ଚା ଚାଲିଛି। ଭୋଜିରେ ଯାଇଥିବା ବେଳେ ସନ୍ଦେହରେ ପୋଲିସ ନିଶାଦ୍ରବ୍ୟର ସର୍ଚ୍ଚ କରିବା ଯୋଗୁ ଏହି ଘଟଣା ଘଟିଥିବା ସାଧାରଣରେ ଆଲୋଚିତ ହେଉଛି। ଘଟଣା ସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଥିବା ବେଳେ ଏସ୍‌ଡିପିଓ ପଦାରବିନ୍ଦ ତ୍ରିପାଠୀଙ୍କ ସମେତ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫…

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri