ରାଜଧାନୀରେ ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର, ୨୦।୭: ରାଜଧାନୀ ଭୁବନେଶ୍ୱରରେ ସୋମବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ସର୍ବସାଧାରଣଙ୍କ ସମ୍ମୁଖରେ ଗୋଡ଼ାଇ ଗୋଡ଼ାଇ ହାଣିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଲିଙ୍ଗରାଜ ଥାନା ଅନ୍ତର୍ଗତ ସାମନ୍ତରାପୁର ଅଞ୍ଚଳରେ ଘଟିଥିବା ଏହି ଆକ୍ରମଣରେ ଯୁବକ ଗୁରୁତର ଆହତ ହୋଇଥିବା ବେଳେ ତାଙ୍କୁ ପ୍ରଥମେ ସ୍ଥାନୀୟ ହସ୍ପିଟାଲ ଏବଂ ପରେ ଅଧିକ ଚିକିତ୍ସା ପାଇଁ କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁଯାୟୀ, କିଛି ଦୁର୍ବୃତ୍ତ ହଠାତ୍ ଯୁବକଙ୍କୁ ଗୋଡ଼ାଇ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ପ୍ରାଣ ବଞ୍ଚାଇବା ପାଇଁ ସେ ଦୌଡ଼ି ପଳାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ଆକ୍ରମଣକାରୀମାନେ ତାଙ୍କୁ କାବୁ କରି ମରଣାନ୍ତକ ଆକ୍ରମଣ କରିଥିଲେ। ଘଟଣା ପରେ ଅଭିଯୁକ୍ତମାନେ ଫେରାର ହୋଇଯାଇଥିଲେ।

ସ୍ଥାନୀୟ ଲୋକେ ଗୁରୁତର ଆହତ ଯୁବକଙ୍କୁ ଉଦ୍ଧାର କରି ତୁରନ୍ତ ହସ୍ପିଟାଲକୁ ପଠାଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କର ଅବସ୍ଥା ଗୁରୁତର ଥିବାରୁ କଟକ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ପ୍ରାଥମିକ ତଦନ୍ତରୁ ପାରିବାରିକ କଳହକୁ କେନ୍ଦ୍ର କରି ଏହି ଆକ୍ରମଣ ଘଟିଥିବା ସନ୍ଦେହ କରାଯାଉଛି। ଖବର ପାଇ ଲିଙ୍ଗରାଜ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଆକ୍ରମଣକାରୀଙ୍କୁ ଚିହ୍ନଟ କରିବା ପାଇଁ ଅଞ୍ଚଳର ସିସିଟିଭି ଫୁଟେଜ୍ ଯାଞ୍ଚ କରାଯାଉଥିବା ବେଳେ ସେମାନଙ୍କୁ ଶୀଘ୍ର ଗିରଫ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।

ଦିନ ଦ୍ୱିପ୍ରହରରେ ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଏପରି ଆକ୍ରମଣ ଘଟଣା ରାଜଧାନୀର ଆଇନଶୃଙ୍ଖଳା ବ୍ୟବସ୍ଥାକୁ ନେଇ ପୁଣିଥରେ ପ୍ରଶ୍ନ ଉଠାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪ ଉଇକେଟ୍‌, ୮ ମେଡେନ୍‌ ଓଭର: ପୁଣି ଚମକିଲେ ମହମ୍ମଦ ଶାମି

ନୂଆଦିଲ୍ଲୀ,୫।୧୧: ଭାରତୀୟ ଦଳର ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ଶାମି ପୁଣିଥରେ ନିଜ ବୋଲିଂର ଯାଦୁ ଦେଖାଇଛନ୍ତି। ୨୦୨୬-୨୭ ରଣଜୀ ଟ୍ରଫିରେ ବଙ୍ଗଳା ପକ୍ଷରୁ ଖେଳୁଥିବା ଶାମି…

ନ୍ୟୁଜିଲାଣ୍ଡକୁ ହରାଇବା ପରେ ICC ରାଙ୍କିଂରେ ଭାରତର ଦବଦବା, ବଢ଼ିଲା ରେଟିଂ ପଏଣ୍ଟ

ଅକଲାଣ୍ଡ,୫।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଆରମ୍ଭ ହୋଇଛି । ନଭେମ୍ବର ୪ ତାରିଖରେ ଅକଲାଣ୍ଡର ଇଡେନ୍‌ ପାର୍କରେ ଖେଳାଯାଇଥିବା…

ଭଞ୍ଜନଗରରେ ଚାଞ୍ଚଲ୍ୟ: ଗୁଣି ସନ୍ଦେହରେ ତ୍ରିନାଥଙ୍କୁ ପଥର ଛେଚି ହତ୍ୟା

ଭଞ୍ଜନଗର, ୫।୧୧ (ବାବୁଲା ପ୍ରଧାନ): ଆଧୁନିକ ସମାଜରେ ବିଜ୍ଞାନ ଓ ଶିକ୍ଷାର ପ୍ରସାର ସତ୍ତ୍ୱେ ଗ୍ରାମାଞ୍ଚଳରୁ ଅନ୍ଧବିଶ୍ୱାସ ଦୂର ହୋଇପାରୁନାହିଁ। ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ…

ଅନାଥ ଝାନ୍‌ସୀଙ୍କୁ ପୋଷ୍ୟକନ୍ୟା ଭାବେ ଘୋଷଣା କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ, ଭୂସ୍ଖଳନରେ ମା’-ବାପାଙ୍କୁ ହରାଇ…

ରାଇକିଆ,୫ା୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗିସି ଗ୍ରାମରେ ଭୂସ୍ଖଳନରେ ମାଟି ତଳେ ପୋତି ହୋଇ ଅଚ୍ୟୁତ ପ୍ରଧାନ, ସ୍ତ୍ରୀ ମାନସୀ ଓ…

ଦେଶବ୍ୟାପୀ ୨୦୦ରୁ ଅଧିକ ଯୁବ କଂଗ୍ରେସ ନେତା ନିଲମ୍ବିତ, କାହିଁକି ନିଆଯାଇଛି ଏମିତି କାର୍ଯ୍ୟାନୁଷ୍ଠାନ ଜାଣନ୍ତୁ…

ନୂଆଦିଲ୍ଲୀ, ୫।୧୧: ଭାରତୀୟ ଯୁବ କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନିଜର ୨୦୦ରୁ ଅଧିକ ସଦସ୍ୟଙ୍କୁ ନିଲମ୍ବିତ କରିଛି। ଦେଶର ରାଜଧାନୀରେ ବିରୋଧୀ ଦଳଗୁଡ଼ିକର ‘ଇଣ୍ଡିଆ’…

ଆଇପିଏଲ ୨୦୨୭ ପାଇଁ ସିଏସ୍‌କେର ମାଷ୍ଟରଷ୍ଟ୍ରୋକ, ୨ ଖେଳାଳିଙ୍କ ବଦଳରେ ଦଳରେ ସାମିଲ ହେଲେ ଆଉ ୨ ନୂଆ ଷ୍ଟାର ଖେଳାଳି

ନୂଆଦିଲ୍ଲୀ, ୫।୧୧: ଆଇପିଏଲ ୨୦୨୭ ପାଇଁ ସମସ୍ତ ଫ୍ରାଞ୍ଚାଇଜିଙ୍କୁ ନିଜ ନିଜର ରିଟେନ ଓ ରିଲିଜ ଖେଳାଳିଙ୍କ ତାଲିକା ନଭେମ୍ବର ୧୭ ତାରିଖ ସୁଦ୍ଧା ବିସିସିଆଇକୁ ଦାଖଲ…

ଫେଲ୍‌ ମାରିବ ଟେକ୍ନୋଲୋଜି, ୮୦ ବୟସରେ ଥକି ପଡ଼ିନାହାନ୍ତି ତ୍ରିନାଥ, ୩ ଦିନରେ ତିଆରି କରୁଛନ୍ତି…

ଜଗନ୍ନାଥପ୍ରସାଦ,୫ା୧୧(ବିଭୁ ପ୍ରସାଦ ପଟ୍ଟନାୟକ): ଆଜିର ବୈଷୟିକ ଜ୍ଞାନକୌଶଳ(ଟେକ୍ନୋଲୋଜି) ଯୁଗରେ ଯେଉଁଠି ପାରମ୍ପରିକ ହସ୍ତଶିଳ୍ପ ହଜିଯିବାକୁ ବସିଲାଣି, ସେଭଳି ସମୟରେ ଜଣେ ୮୦ ବର୍ଷର ବୃଦ୍ଧ ନିଜର କୌଳିକ…

‘ତାଙ୍କୁ ଜନସାଧାରଣଙ୍କ ସାମ୍ନାକୁ ଆଣି ଗୁଳି କରିଦେବା ଉଚିତ’, ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ କିଏ ଆଉ କାହିଁକି କହିଲେ ଏମିତି, ଜାଣନ୍ତୁ

ନୂଆଦିଲ୍ଲୀ,୫।୧୧: ବାଗେଶ୍ୱର ଧାମର ମୁଖ୍ୟ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ, ପ୍ରଭୁ ରାମ ଏବଂ ପ୍ରଭୁ କୃଷ୍ଣଙ୍କ ବିଷୟରେ ଦେଇଥିବା ମନ୍ତବ୍ୟ ପାଇଁ କ୍ଷମା ମାଗିସାରିଥିଲେ ମଧ୍ୟ, ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?