ଚୋରି ଘଟଣାର ନାଁ ପ୍ରକାଶକୁ ନେଇ ଯୁବକଙ୍କୁ ହତ୍ୟା

ଯୋଡ଼ା, ୨୦ା୭(ମାନସ ମହାନ୍ତି): କେନ୍ଦୁଝର ଜିଲା ବାମେବାରୀ ଥାନା ଅଧୀନ ସିଲଯୋଡ଼ା ନିକଟସ୍ଥ କୁଦୁର ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ଚୋରି ଘଟଣାକୁ ନେଇ ଗ୍ରାମର କିଛି ଲୋକ ସଂଘବଦ୍ଧ ଭାବେ ଜଣଙ୍କୁ ପିଟି ହତ୍ୟା କରିଛନ୍ତି। ମୃତକ ହେଲେ ଗ୍ରାମର ଟେଳେ ଓରଫ ମକୁରୁ  ହେସା(୩୫)। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଥିବା ବେଳେ ପୋଲିସ କେତେଜଣ ଲୋକଙ୍କୁ ଅଟକ ରଖି ପଚରାଉଚରା କରୁଛି।
ପୋଲିସ ସୂଚନା ମୁତାବକ, ଗ୍ରାମରେ ପୂର୍ବରୁ ଘଟିଥିବା ଏକ ଚୋରି ଘଟଣାରେ ସମ୍ପୃକ୍ତ ଥିବା ନେଇ ମକୁରୁ ଗ୍ରାମର କେତେଜଣ ଲୋକଙ୍କ ନାମ ପ୍ରକାଶ କରିଥିଲେ। ଏ ନେଇ ଉକ୍ତ ଲୋକଙ୍କ ସହ ତାଙ୍କ ବଚସା ଓ ମାରପିଟ୍‌ ହୋଇଥିଲା। ନିର୍ଦ୍ଦିଷ୍ଟ ଲୋକେ ଆକ୍ରୋଶ ମୂଳକ ଭାବେ ମକୁରୁଙ୍କୁ ବୁଧବାର ରାତିରେ ଗ୍ରାମର କ୍ଲବ ଘରେ ବାନ୍ଧି ରାତିସାରା ମାଡ଼ ମାରିଥିଲେ। ଗୁରୁବାର ସକାଳେ ମଧ୍ୟ ତାଙ୍କୁ ପିଟିଥିଲେ। ଅସହ୍ୟ ଯନ୍ତ୍ରଣାରେ ମକୁରୁଙ୍କ ମୃତ୍ୟୁ ଘଟିଥିଲା। ଖବରପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲା। ଏ ନେଇ ବାମେବାରୀ ଥାନାରେ ଏକ ମାମଲା (ନଂ ୧୨୨/୨୩) ରୁଜୁ ହୋଇଛି। ଆକ୍ରୋଶମୂଳକ ଭାବେ କିଛି ଲୋକ ଏହି ଘଟଣା ଭିଆଇଛନ୍ତି। ଘଟଣାରେ ସମ୍ପୃକ୍ତ ଏକାଧିକ ଲୋକଙ୍କୁ ଅଟକ ରଖି ପଚରାଉଚରା ଚାଲିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।

Enter your email to get our daily news in your inbox.

All Right Reserved By Dharitri.Com

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

ଡୋନାଲ୍ଡ ଟ୍ରମ୍ପଙ୍କ ହତ୍ୟା ପାଇଁ ୫୦ ନିୟୁତ ପୁରସ୍କାର, ଘୋଷଣା କଲା ଏହି ଦେଶ ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୧୬।୫: ଇରାନୀ ଗଣମାଧ୍ୟମରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ରିପୋର୍ଟ ପ୍ରକାଶ ପାଇଛି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସଦ୍ୟତମ ରିପୋର୍ଟରେ ଦାବି…

ଏଣିକି ବାଇକ୍‌ କି କାର୍‌ରେ ଭରିପାରିବେନି ଫୁଲ୍‌ ଟ୍ୟାଙ୍କ୍‌ ପେଟ୍ରୋଲ! ତେଲ ସଙ୍କଟ ଭିତରେ ଆସିଲା ବଡ଼ ଖବର

ପାଟନା,୧୬।୫: ପାଟନାରେ ପେଟ୍ରୋଲ ଏବଂ ଡିଜେଲର ବୃଦ୍ଧି ଏବଂ ସମ୍ଭାବ୍ୟ ଅଭାବ ସମ୍ପର୍କରେ ଆଲୋଚନା ମଧ୍ୟରେ, ପେଟ୍ରୋଲ ପମ୍ପଗୁଡ଼ିକରେ ଭିଡ଼ ବଢ଼ିବା ଆରମ୍ଭ ହୋଇଛି। ଅନେକ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri