ଚୋରି ଘଟଣାର ନାଁ ପ୍ରକାଶକୁ ନେଇ ଯୁବକଙ୍କୁ ହତ୍ୟା

ଯୋଡ଼ା, ୨୦ା୭(ମାନସ ମହାନ୍ତି): କେନ୍ଦୁଝର ଜିଲା ବାମେବାରୀ ଥାନା ଅଧୀନ ସିଲଯୋଡ଼ା ନିକଟସ୍ଥ କୁଦୁର ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ଚୋରି ଘଟଣାକୁ ନେଇ ଗ୍ରାମର କିଛି ଲୋକ ସଂଘବଦ୍ଧ ଭାବେ ଜଣଙ୍କୁ ପିଟି ହତ୍ୟା କରିଛନ୍ତି। ମୃତକ ହେଲେ ଗ୍ରାମର ଟେଳେ ଓରଫ ମକୁରୁ  ହେସା(୩୫)। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଥିବା ବେଳେ ପୋଲିସ କେତେଜଣ ଲୋକଙ୍କୁ ଅଟକ ରଖି ପଚରାଉଚରା କରୁଛି।
ପୋଲିସ ସୂଚନା ମୁତାବକ, ଗ୍ରାମରେ ପୂର୍ବରୁ ଘଟିଥିବା ଏକ ଚୋରି ଘଟଣାରେ ସମ୍ପୃକ୍ତ ଥିବା ନେଇ ମକୁରୁ ଗ୍ରାମର କେତେଜଣ ଲୋକଙ୍କ ନାମ ପ୍ରକାଶ କରିଥିଲେ। ଏ ନେଇ ଉକ୍ତ ଲୋକଙ୍କ ସହ ତାଙ୍କ ବଚସା ଓ ମାରପିଟ୍‌ ହୋଇଥିଲା। ନିର୍ଦ୍ଦିଷ୍ଟ ଲୋକେ ଆକ୍ରୋଶ ମୂଳକ ଭାବେ ମକୁରୁଙ୍କୁ ବୁଧବାର ରାତିରେ ଗ୍ରାମର କ୍ଲବ ଘରେ ବାନ୍ଧି ରାତିସାରା ମାଡ଼ ମାରିଥିଲେ। ଗୁରୁବାର ସକାଳେ ମଧ୍ୟ ତାଙ୍କୁ ପିଟିଥିଲେ। ଅସହ୍ୟ ଯନ୍ତ୍ରଣାରେ ମକୁରୁଙ୍କ ମୃତ୍ୟୁ ଘଟିଥିଲା। ଖବରପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲା। ଏ ନେଇ ବାମେବାରୀ ଥାନାରେ ଏକ ମାମଲା (ନଂ ୧୨୨/୨୩) ରୁଜୁ ହୋଇଛି। ଆକ୍ରୋଶମୂଳକ ଭାବେ କିଛି ଲୋକ ଏହି ଘଟଣା ଭିଆଇଛନ୍ତି। ଘଟଣାରେ ସମ୍ପୃକ୍ତ ଏକାଧିକ ଲୋକଙ୍କୁ ଅଟକ ରଖି ପଚରାଉଚରା ଚାଲିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।

Enter your email to get our daily news in your inbox.

All Right Reserved By Dharitri.Com

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ମଧୁବାବୁଙ୍କ ଜୟନ୍ତୀରେ ସ୍ମୃତିଚାରଣ କଲେ ଆଇନଜୀବୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଓକିଲ ସଂଘ କେନ୍ଦୁଝରର ସଭାଗୃହରେ ସଂଘର ସଭାପତି ଆଲୋକ ମହାନ୍ତଙ୍କ ଅଧ୍ୟକ୍ଷତାରେ ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜୟନ୍ତୀ ତଥା...

ପ୍ରଚଣ୍ଡ ଖରାକୁ ଖାତିର ନ କରି ପ୍ରଚାର ମଇଦାନରେ ପ୍ରାର୍ଥିନୀ

କେସିଙ୍ଗା,୨୮ା୪(ତୁମେଶ୍ୱର ସାହୁ): ସମଗ୍ର କେସିଙ୍ଗା ଅଞ୍ଚଳରେ କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏପରିକି ତାପମାତ୍ରା ୪୦ରୁ ୪୫ ଡିଗ୍ରୀରୁ ଅଧିକ ରହିଥିବାରୁ ଅଞ୍ଚଳବାସୀ...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri